୪୪ ହଜାର ଶିକ୍ଷକ ପଦବୀ ପୂରଣ ନିଷ୍ପତ୍ତି ପ୍ରତ୍ୟାହାର

ଭୁବନେଶ୍ଵର:ପ୍ରାଥମିକ ବିଦ୍ୟାଳୟରେ ଖାଲି ପଡ଼ିଥିବା ୪୪ ହଜାର ଶିକ୍ଷକ ପଦବୀ ପୂରଣ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିଲା। ଏହାସହ ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍‌(ଯୋଜନାଭିତ୍ତିକ) ପ୍ରଥା ଉଠାଇ ନିୟମିତ ଶିକ୍ଷକ ନିଯୁକ୍ତି, ପ୍ରାଥମିକ ଶିକ୍ଷକଙ୍କ ଚୁକ୍ତି କାର୍ଯ୍ୟକାଳକୁ ନୋସନାଲ ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା ନେଇ ଏପ୍ରିଲ ମାସ‌ରେ ଅନୁଷ୍ଠିତ ବୈଠକ ଆଧାରରେ ନିଷ୍ପତ୍ତି ନିଆଯାଇଥିଲା। ଅଗଷ୍ଟ ୨ ତାରିଖରେ ବିଭାଗ ପକ୍ଷରୁ ଚିଠି ଲେଖାଯାଇଥିଲା। ଏଭଳି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଥିଲା। ମାତ୍ର ଦିନ କେଇଟା ଯାଇଛି କି ନାହିଁ ବିଭାଗୀୟ ଅତିରିକ୍ତ ସଚିବ ଦୁର୍ଗା ପ୍ରସାଦ ମହାପାତ୍ର ଆଜି ଓସେପା ରାଜ୍ୟ ପ୍ରକଳ୍ପ ସଂଯୋଜକ, ପ୍ରାଥମିକ ଓ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ଲେଖି ଅଗଷ୍ଟ ୨ରେ ଜାରି ହୋଇଥିବା ଚିଠିକୁ ପ୍ରତ୍ୟାହାର କରି ନିଆଗଲା ବୋଲି ଦର୍ଶାଇଛନ୍ତି। ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ଦ୍ବାରା ତାହା ଅନୁମୋଦିତ ହୋଇ ନ ଥିବାରୁ ତାହାକୁ ପ୍ରତ୍ୟାହାର କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏଦିଗରେ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ ନ କରିବାକୁ ଶ୍ରୀ ମହାପାତ୍ର ଚିଠିରେ ଉଲ୍ଲେଖ କରିଛନ୍ତି।

ହଠାତ୍‌ ଚିଠି ପ୍ରତ୍ୟାହାର ନିଷ୍ପତ୍ତିକୁ ଶିକ୍ଷକ ସଂଘଗୁଡ଼ିକ ଗ୍ରହଣ କରିପାରି ନାହାନ୍ତି। ଚିଠି ପ୍ରତ୍ୟାହାର ହୋଇଥିବାରୁ ଶିକ୍ଷକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି। ଏଭଳି ନିଷ୍ପତ୍ତି ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ ବୋଲି ସଂଘ କହିଛି । ଶିକ୍ଷକମାନଙ୍କର ଯେପରି ଦାୟିତ୍ୱ ରହିଛି, ଶିକ୍ଷକଙ୍କ ପ୍ରତି ଗଣଶିକ୍ଷା ବିଭାଗର ଦାୟିତ୍ବ ରହିବା ଉଚିତ୍‌। ପ୍ରାଥମିକ ଶିକ୍ଷାରୁ ସ୍କିମାଟିକ୍‌ ନିଯୁକ୍ତି ଉଠାଇ ନିୟମିତ ଶିକ୍ଷକ ନିଯୁକ୍ତି, ୬ ବର୍ଷର ଚୁକ୍ତି କର୍ଯ୍ୟକାଳକୁ ନୋସନାଲ ଇନ୍‌କ୍ରିମେଣ୍ଟ ମୂଳ ଚାକିରିରେ ଗଣନା, ଲେବୁଲ୍ ଭି-ଏ ଶିକ୍ଷକଙ୍କୁ କେନ୍ଦ୍ରୀୟ ହାରରେ ଦରମା, ପୁରୁଣା ପେନ୍‌ସନ୍‌ ବ୍ୟବସ୍ଥା ପୁନଃ ପ୍ରଚଳନ ଓ ପ୍ରାଥମିକ ଶିକ୍ଷକ ପଦବି ବୃଦ୍ଧି ପ୍ରସ୍ତାବକୁ ପୁନର୍ବାର ଦେଇ ତୁରନ୍ତ ପୂରଣ କରାଯାଉ। ନ ହେଲେ ଆଗାମୀ ବିଧାନସଭା ଅଧିବେଶନରେ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସାଧାରଣ ସମ୍ପାଦକ ବିଭୁପ୍ରସାଦ ସାହୁ, କାର୍ଯ୍ୟକାରୀ ସଭାପତି କୃଷ୍ଣଚନ୍ଦ୍ର ବେହେରା, ଟୁଲୁ ଦେଇ, ବିରୁପାକ୍ଷ ସେଠୀ ପ୍ରମୁଖ ଚେତାବନୀ ଦେଇଛନ୍ତି।

  • Related Posts

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ