୫ ଲକ୍ଷ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ

ଭୋଗରାଇ: ଗହଣା ଦୋକାନ ଭିତରେ ପଶି ୫ ଲକ୍ଷ ନଗଦ ଟଙ୍କା ସହ ୩୦୦ ଗ୍ରାମ ସୁନା ଗହଣା ଲୁଟି ନେଲେ ଦୁର୍ବୃତ୍ତ । ବାଲେଶ୍ୱର ଜିଲ୍ଲା ଭୋଗରାଇ ଅଞ୍ଚଳର କମର୍ଦ୍ଦା ଥାନା ଅନ୍ତର୍ଗତ କମର୍ଦ୍ଦା ବଜାରରେ ଥିବା ମାଳତୀ ଜୁଏଲର୍ସରୁ ଏହି ଲୁଟ୍‌ ହୋଇଛି ।

ସୂଚନା ମୁତାବକ, କମର୍ଦ୍ଦା ଅଞ୍ଚଳରେ ଅନନ୍ତ ରଣା ଦୀର୍ଘ ବର୍ଷ ଧରି ମାଳତୀ ଜୁଏଲର୍ସ ନାଁରେ ଏକ ସୁନା ଦୋକାନ କରିଥିଲେ । ବୁଧବାର ସକାଳେ ଦୋକାନ ଖୋଲି ଦୋକାନର ପୂଜା କାର୍ୟ୍ୟ ପାଇଁ କିଛି ଦୂରରେ ଥିବା ନଳକୂପକୁ ପାଣି ଆଣିବାକୁ ଯାଇଥିଲେ । ଏହାରି ଭିତରେ ଦୋକାନରେ ପଳି ଥିବା ୩୦୦ ଗ୍ରାମ ସୁନା ଅଳଙ୍କାର ଓ ୫ ଲକ୍ଷ ନଗଦ ଟଙ୍କା ନେଇ ଚମ୍ପଟ ମାରିଛନ୍ତି ଦୁର୍ବୃତ୍ତ । ଏହା ଦେଖି ଦୋକାନୀ ତୁରନ୍ତ ପୋଲିସକୁ ଏହି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ଖବର ପାଇ ଘଟଣା ସ୍ଥଳରେ କମର୍ଦ୍ଦା ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍