ଅକ୍ଟୋବର ୪ ଓ ୫ରେ ପୁଲିସ୍ ଏସ୍‌ଆଇ ନିଯୁକ୍ତି ପରୀକ୍ଷା

ଭୁବନେଶ୍ୱର: ଅକ୍ଟୋବର ୪ ଓ ୫ ତାରିଖରେ ହେବ ପୁଲିସ ଏସ୍‌ଆଇ ପରୀକ୍ଷା। ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ କରିଛି ଓଡ଼ିଶା ପୁଲିସ ରିକ୍ର୍ୟୁଟମେଣ୍ଟ ବୋର୍ଡ ବା ଓପିଆରବି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଏହି ପରୀକ୍ଷା ଅନୁଷ୍ଠିତ ହେବ।ଓପିଆରବିର ବିଜ୍ଞପ୍ତି ଅନୁସାରେ, ଓଏମ୍‌ଆର୍‌ ଜରିଆରେ ଲିଖିତ ପରୀକ୍ଷା କରାଯିବ। ପରୀକ୍ଷାର୍ଥୀମାନେ ଆସନ୍ତା ସେପ୍ଟେମ୍ବର ୨୦ ତାରିଖରୁ ଓଡ଼ିଶା ପୁଲିସର ୱେବସାଇଟ୍‌ https://odishapolice.gov.in ରୁ ପାଇପାରିବେ। ସେଥିରେ ପରୀକ୍ଷା କେନ୍ଦ୍ର ଓ ଶିଡ୍ୟୁଲ ଉପଲବ୍ଧ କରାଯାଇଛି।ଏହି ପରୀକ୍ଷା ନେଇ ଅପ୍‌ଡେଟ୍‌ ରହିବା ପାଇଁ ନିୟମିତ ଭାବେ ଓଡ଼ିଶା ପୁଲିସର ୱେବସାଇଟ୍‌ ଦେଖିବାକୁ ଓପିଆରବି ପକ୍ଷରୁ ଆଶାୟୀମାନଙ୍କୁ କୁହାଯାଇଛି।ସୂଚନାଯୋଗ୍ୟ, ପୂର୍ବରୁ ଦୁଇ ଥର ଏହି ପରୀକ୍ଷା ଘୁଞ୍ଚିଥିଲା।

  • Related Posts

    ସାର୍ବଜନୀନ ଅଧିକାରର ସୁନିଶ୍ଚିତତା ଓ ଅନ୍ତର୍ଭୁକ୍ତୀକରଣ ସମାଜ ପାଇଁ ଓଡ଼ିଶା ସରକାରଙ୍କ ସହ ଟାଟା ଷ୍ଟିଲ ଫାଉଣ୍ଡେସନର ଏମଓୟୁ

    ଭୁବନେଶ୍ୱର,01।09: ଭୁବନେଶ୍ୱରର ରେଳ ଅଡିଟୋରିଅମରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ (ଏଚଆଣ୍ଡୟୁଡିଡି) ସହିତ ଏକ…

    Continue reading
    ଗାଁରେ ବାଘ ପାଦଚିହ୍ନ : ସତର୍କ ସୂଚନା ଜାରି କଲା ବନବିଭାଗ

    ସୁନ୍ଦରଗଡ଼,01।09: ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡ ଅନ୍ତର୍ଗତ ଘୋଷରା ଗାଁ ନିକଟ ପତ୍ରାପାଲି ଜଙ୍ଗଲରେ ରବିବାର ସକାଳେ ଏକ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। ପତ୍ରାପାଲି ଜଙ୍ଗଲରେ ରବିବାର ସକାଳେ ଏକ ବାଘର ପାଦଚିହ୍ନ ଦେଖିବାକୁ ମିଳିଛି। କିଛି ଲୋକ ଏହାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଖଣି ମାଲିକ ଘରେ ଇଡି ରେଡ୍ ୧୦କାର୍, ୩ ସୁପର ବାଇକ୍ ଓ କୋଟିଏ ଟଙ୍କାର ଗହଣା ଜବତ

    ସାର୍ବଜନୀନ ଅଧିକାରର ସୁନିଶ୍ଚିତତା ଓ ଅନ୍ତର୍ଭୁକ୍ତୀକରଣ ସମାଜ ପାଇଁ ଓଡ଼ିଶା ସରକାରଙ୍କ ସହ ଟାଟା ଷ୍ଟିଲ ଫାଉଣ୍ଡେସନର ଏମଓୟୁ

    ଗାଁରେ ବାଘ ପାଦଚିହ୍ନ : ସତର୍କ ସୂଚନା ଜାରି କଲା ବନବିଭାଗ

    ଚାକିରି ନାଁରେ ଘରୁ ଆଣି ଗଣଦୁଷ୍କର୍ମ ଅଭିଯୋଗ ଏକ ନାଟକ: ଉଦଳା ପୋଲିସ

    ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ: ଜିନପିଙ୍ଗ

    ୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ ହେବ : ମୁଖ୍ୟମନ୍ତ୍ରୀ