ଅନିଶ୍ଚିତତାରେ ଛାତ୍ର ସଂସଦ ନିର୍ବାଚନ

ଭୁବନେଶ୍ୱର :ଦଶହରାକୁ ଆଉ ମାତ୍ର ମାସେ ରହିଲା । ହେଲେ ଏଯାବତ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ବାଚନ ନେଇ କୌଣସି ବିଜ୍ଞପ୍ତି ପ୍ରକାଶ ପାଇଲା ନାହିଁ । ଏପରିକି ଚଳିତବର୍ଷର ଶିକ୍ଷା କ୍ୟାଲେଣ୍ଡର ମଧ୍ୟ ପ୍ରକାଶ ପାଉନି । ଛାତ୍ର ସଂସଦ ନିର୍ବାଚନ ହେବ କି ନାହିଁ ଅନିଶ୍ଚିତତାରେ ରହିଛି, ସେପଟେ କ୍ୟାମ୍ପସ ଉଷ୍ମ ହେବାରେ ଲାଗିଛି । ରାଜ୍ୟରେ ୨୦୧୮ରୁ ଛାତ୍ର ସଂସଦ ନିର୍ବାଚନ ହେଉନି । ପ୍ରତିବର୍ଷ ବିଭିନ୍ନ ଛାତ୍ର ସଂଗଠନ ନିର୍ବାଚନ କରିବାକୁ ଦାବି କରୁଥିଲେ ହେଁ ପୂର୍ବ ସରକାର କଲେଜରେ ବିଶୃଙ୍ଖଳା ହେଉଥିବା ଦର୍ଶାଇ ଏହାକୁ ବନ୍ଦ କରିଥିଲେ । ହେଲେ ନୂଆ ସରକାର କହିଲେ, ଛାତ୍ର ସଂସଦ ନିର୍ବାଚନ ସେପ୍ଟେମ୍ବରରେ ହୁଏ । ଏବେ ଆଉ ସମୟ ନାହିଁ । ଚଳିତବର୍ଷ ଏନେଇ ପୁରା ପ୍ରସ୍ତୁତି କରାଯାଇ ଆସନ୍ତାବର୍ଷ ନିଶ୍ଚିତ ଭାବେ ଛାତ୍ର ସଂସଦ ନିର୍ବାଚନ କରାଯିବ । ଉଚ୍ଚଶିକ୍ଷା ବିଭାଗ ଚଳିତ ଶିକ୍ଷାବର୍ଷ କ୍ୟାଲେଣ୍ଡର ପ୍ରକାଶ କରିନି । କିନ୍ତୁ କିଛି କଲେଜ, ବିଶ୍ୱବିଦ୍ୟାଳୟ ନିଜସ୍ୱ କ୍ୟାଲେଣ୍ଡର ପ୍ରସ୍ତୁତ କରିଛନ୍ତି । ବିଜେବି କଲେଜ ପକ୍ଷରୁ ପ୍ରସ୍ତୁତ କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ ନେଇ ଉଲ୍ଲେଖ ରହିଛି । କିନ୍ତୁ ତାରିଖ ଉଲ୍ଲେଖ କରାଯାଇନି । କେବଳ ଲେଖାଯାଇଛି, ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ଏହା କରାଯିବ । ଅନ୍ୟପଟେ ବିଭିନ୍ନ ସଂଗଠନ ଘନ ଘନ ବୈଠକ କରୁଛନ୍ତି । ଛାତ୍ରସଂସଦ ନିର୍ବାଚନ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରୁଛନ୍ତି । ଛାତ୍ର ବିଜେଡି ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି, ବିଜେପି ସରକାରକୁ ଆସିବା ପୂର୍ବରୁ ଛାତ୍ର ସଂସଦ ନିର୍ବାଚନର ପ୍ରତିଶ୍ରୁତି ଦେଇଥିଲା । ପୂର୍ବ ସରକାରଙ୍କୁ ଛାତ୍ର ସଂସଦ ନିର୍ବାଚନ କରାଉନଥିବା ଦୋଷ ଦେଇ ଆସୁଥିବା ବିଜେପି ସରକାରକୁ ଆସିବା ପରେ ମଧ୍ୟ ଗତବର୍ଷ ବିଭିନ୍ନ ଆଳ ଦେଖାଇ ନିର୍ବାଚନ କଲେ ନାହିଁ । ଏପରିକି ମୁଖ୍ୟମନ୍ତ୍ରୀ ନିଜେ କହିଥିଲେ ନିର୍ବାଚନ କରିବେ । କିନ୍ତୁ ଏଯାବତ୍‌ ଶିକ୍ଷା କ୍ୟାଲେଣ୍ଡର ପ୍ରକାଶ କଲେ ନାହିଁ । ସରକାର ନିଜେ ଭୟଭୀତ । ତେଣୁ ଏନେଇ କୌଣସି ବିଜ୍ଞପ୍ତି କି ସ୍ପଷ୍ଟତା ଦେଉନାହାନ୍ତି । ଖୁବ୍‌ ଶୀଘ୍ର ସ୍ପଷ୍ଟତା ଦିଅନ୍ତୁ ନଚେତ୍‌ ଆନ୍ଦୋଳନ ଜୋରଦାର ହେବ । ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ କହିଛନ୍ତି, ଫକୀର ମୋହନ କଲେଜ ଘଟଣା ପରଠୁ ସରକାର ଭୟଭୀତ ଅଛନ୍ତି । ଜାଣିଛନ୍ତି ତାଙ୍କ ଦଳୀୟ ସଂଗଠନର ପତିଆରା କଲେଜ କି ବିଶ୍ୱବିଦ୍ୟାଳୟରେ ନାହିଁ । ହାରିବା ଭୟରେ ନିର୍ବାଚନ କରିବା ନେଇ କୌଣସି ବିଜ୍ଞପ୍ତି ପ୍ରକାଶ କରୁନାହାନ୍ତି । ଅନ୍ୟପଟେ ଆସନ୍ତା କାଲି ଏନେଇ ରାଜ୍ୟପାଳଙ୍କୁ ଭେଟି ଛାତ୍ର କଂଗ୍ରେସ ଦାବିପତ୍ର ଦେବ ବୋଲି ୟାସିର୍‌ ସୂଚନା ଦେଇଛନ୍ତି ।

  • Related Posts

    ଟ୍ରମ୍ପଙ୍କ ‘ଷଡ଼ଯନ୍ତ୍ର’ ଅଭିଯୋଗ ଖଣ୍ଡନ କଲା ରୁଷ

    ବେଜିଂ,04/09: ରୁଷର କ୍ରେମଲିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଅଭିଯୋଗକୁ ଖଣ୍ଡନ କରିଛି। ଟ୍ରମ୍ପ ଦାବି କରିଥିଲେ ଯେ ରୁଷ, ଚୀନ ଓ ଉତ୍ତର କୋରିଆ ଆମେରିକା ବିରୁଦ୍ଧରେ ଷଡ଼ଯନ୍ତ୍ର କରୁଛନ୍ତି। କ୍ରେମଲିନ କହିଛି, ଏପରି କୌଣସି ଯୋଜନା ନାହିଁ। ଚୀନରେ…

    Continue reading
    ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ ମା’ଙ୍କୁ ଅସମ୍ମାନ କରି ନାହାନ୍ତି: କଂଗ୍ରେସ

    ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ଙ୍କୁ କଟୁ ଶବ୍ଦ ନେଇ ରାଜନୀତି ଜୋର ଧରିଛି। ଗତକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦେଇଥିବା ବୟାନକୁ କଂଗ୍ରେସ କାଉଣ୍ଟର କରିଛି। କଂଗ୍ରେସ ମୁଖପାତ୍ର ସୋନାଲି ସାହୁ କହିଛନ୍ତି, ଆମ ଦଳର କୌଣସି ନେତା ପ୍ରଧାନମନ୍ତ୍ରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର