ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦକୁ ପୂରିଲା ୬ ବର୍ଷ । ୨୦୧୯ ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ଜମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିବା ସହ ଉଭୟ ଜମ୍ମୁ କାଶ୍ମୀର ଓ ଲଦାଖକୁ ଦୁଇଟି କେନ୍ଦ୍ରଶାସତ ଅଞ୍ଚଳର ମାନ୍ୟତା ଦେଇଥିଲେ। ଧାରା ୩୭୦ ଓ ୩୫-A ଉଚ୍ଛେଦ ପରେ ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିବା ପରେ ଏପରି ଚର୍ଚ୍ଚା ଜୋର ଧରିଛି। ୨୦୨୪ ନିର୍ବାଚନ ପରଠାରୁ ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଥିଲା।
ଏନେଇ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ପୂର୍ବରୁ ସଂକେତ ଦେଇଥିଲେ। ଆଜି ଏନେଇ ସଂସଦରେ ଆଗତ ହୋଇପାରେ ଗୁରୁତ୍ବପୂର୍ଣ୍ଣ ବିଲ୍। ଭାରତ ଇତିହାସରେ ୫ ଅଗଷ୍ଟରେ ପୂର୍ବରୁ ନିଆଯାଇଛି ବହୁ ବଡ଼ ନିଷ୍ପତ୍ତି । ୨୦୧୭ରେ ସର୍ଜିକାଲ ଷ୍ଟ୍ରାଇକ, ୨୦୧୯ରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ଘୋଷଣା, ୨୦୨୦ରେ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯାଇଥିଲା। ସେପଟେ ରାଜଧାନୀ ଦିଲ୍ଲୀରୁ ନେଇ ଜମ୍ମୁ-କଶ୍ମୀର ଯାଏଁ ରାଜନୈତିକ ହଲଚଲ ଦେଖିବାକୁ ମିଳିଛି। ଆଜି ଅଗଷ୍ଟ ୫ ହୋଇଥିବାରୁ ପ୍ରଧାନମନ୍ତ୍ରୀ କିଛି ବଡ଼ ଘୋଷଣା କରିବାର ସମ୍ଭାବନା ରହିଛି।

  • Related Posts

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ଢାକା ବାଂଲାଦେଶରେ ଶେଖ ହାସିନାଙ୍କ ଶାସନର ପତନର ଗୋଟିଏ ବର୍ଷ ପୂରଣ ଅଗଷ୍ଟ ୮ରେ ହେବାକୁ ଯାଉଛି। ଏହି ଅବସରରେ, ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ୍ ଦେଶକୁ ସମ୍ବୋଧିତ କରିଛନ୍ତି। ନିଜ ଅଭିଭାଷଣରେ, ସେ ଘୋଷଣା କରିଛନ୍ତି ଯେ, ଦେଶର…

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଉତ୍ତରକାଶୀ: ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍