ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ: ସେପ୍ଟେମ୍ବର ୯ରେ ହେବାକୁଥିବା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ କରାଯାଇଛି। ଅଗଷ୍ଟ ୨୨ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯାଉଥିବାବେଳେ ପ୍ରାର୍ଥିପତ୍ର ପ୍ରତ୍ୟାହାର ଶେଷ ତାରିଖ ଅଗଷ୍ଟ ୨୫କୁ ଧାର୍ଯ୍ୟ କରାଯାଇଛି। ସେପ୍ଟେମ୍ବର ୯ରେ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ଜଣାପଡିଛି।
ତେବେ ଉପରାଷ୍ଟ୍ରପତି ନିର୍ବାଚନ ପରିପ୍ରେକ୍ଷୀରେ ଚଳିତମାସ ୧୨ ସୁଦ୍ଧା ବିଜେପି ନେତୃତ୍ବାଧୀନ ଏନଡିଏ ପ୍ରାର୍ଥୀ ଘୋଷଣା କରାଯିବ। ଗୁରୁବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ନେତୃତ୍ବରେ ଏନଡିିଏର ବୈଠକ ଅନୁଷ୍ଠିତ ହୋଇ ଏ ପ୍ରସଙ୍ଗରେ ଆଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ବିଜେପି ସଭାପତି ଜେ.ପି.ନଡ୍ଡାଙ୍କୁ ଏନଡିଏ ପ୍ରାର୍ଥୀ ମନୋନୟନ ଦାୟିତ୍ବ ଦିଆଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଏ ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସହମତି ଭିତ୍ତିରେ ଉପରାଷ୍ଟ୍ରପତି ନିର୍ବାଚନ କରିବାକୁ ବିରୋଧୀ ଦଳଙ୍କ ସହ କୌଣସି ଆଲୋଚନା ହୋଇଛି କି ନାହିଁ ବୋଲି ପ୍ରଶ୍ନ ହେବାରୁ ରିଜିଜୁ ଏହାକୁ ଖଣ୍ଡନ କରିଛନ୍ତି। ଯଦି ବିରୋଧୀ ଦଳ କୌଣସି ଆଲୋଚନା ପାଇଁ ଆସନ୍ତି, ତେବେ ଏନଡିଏ ଏଥିପାଇଁ ପ୍ରସ୍ତୁତ ରହିଥିବା ସେ କହିଛନ୍ତି। ଗୁରୁବାର ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଜେଡିୟୁର ଲଲନ ସିଂହ, ଶିବସେନା (ସିନ୍ଦେ ଗୋଷ୍ଠୀ)ର ଶ୍ରୀକାନ୍ତ ସିନ୍ଦେ, ତେଲୁଗୁ ଦେଶମ୍‌ର ଶ୍ରୀକୃଷ୍ଣ ଦେବରାୟାଲୁ ଏବଂ ଏଲଜେପି (ରାମବିଳାସ ଗୋଷ୍ଠୀ)ର ଚିରାଗ ପାଶୱାନ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ: ବଳଙ୍ଗା ପୀଡ଼ିତାଙ୍କୁ ନ୍ୟାୟ ଓ ତିନି ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଶୁକ୍ରବାର ରାଜ୍ୟ କଂଗ୍ରେସ ପକ୍ଷରୁ କଟକ ସ୍ଥିତ ଡିଜି ଅଫିସ ସମ୍ମୁଖରେ ପ୍ରତିବାଦ କରାଯାଇଛି। ରାଜ୍ୟ ସଭାପତି ଭକ୍ତ ଦାସଙ୍କ ନେତୃତ୍ଵରେ ଏହି ପ୍ରତିବାଦ ସଭା କରାଯାଇଛି। ଏଥିରେ…

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ,…

    Leave a Reply

    Your email address will not be published. Required fields are marked *

    You Missed

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    ଦୌଡୁଥିବା ବେଳେ ହୋମ୍‌ଗାର୍ଡ ପରୀକ୍ଷାର୍ଥୀ ମୃତ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    କଟକ ଡିଜି ଅଫିସ ସମ୍ମୁଖରେ କଂଗ୍ରେସର ପ୍ରତିବାଦ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ଭବନରୁ ଆସିଛି ନିମନ୍ତ୍ରଣ

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଅଗ୍ନିକାଣ୍ଡ, ଜଳିଗଲା ୩୦ ସ୍କୁଟି

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ

    ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ସମର୍ଥନ ଦେବନି ବିଜେଡି: ମହେଶ ସାହୁ