ଏଫଏମ୍ କଲେଜ ପ୍ରିନ୍ସିପାଲ ଗିରଫ

ବାଲେଶ୍ବର: ଏଫଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ପୂର୍ବରୁ ଏହି ଘଟଣାରେ ଏଚ୍‌ଓଡି ସମୀର ସାହୁଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରିନ୍ସିପାଲଙ୍କୁ ମଧ୍ୟ ଗିରଫ କରିବାକୁ ଦାବି କରୁଥିଲେ ପୀଡ଼ିତାଙ୍କ ପରିବାର। ଆଉ ଏବେ ପ୍ରିନ୍ସିପାଲ ଗିରଫ ହୋଇଛନ୍ତି।
ସୂଚନାଥାଉକି, ଗତ ଶନିବାର ବାଲେଶ୍ବର ଏଫଏମ୍‌ କଲେଜ ପରିସରରେ ପ୍ରିନ୍ସିପାଲଙ୍କ ଚାମ୍ବର ସାମ୍‌ନାରେ ଜଣେ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିଥିଲେ। ଛାତ୍ରୀ ଜଣକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଇଥିଲେ। ଯେଉଁଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କ ଶରୀର ପ୍ରାୟ ୯୦ ପ୍ରତିଶତ ପୋଡ଼ିଯାଇଛି। ଏମିତିରେ ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଥିଲା। ହେଲେ ଏବେବି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଜଟିଳ ରହିଛି।
ତେବେ ଛାତ୍ରୀ ଜଣକ ଏଭଳି ଚରମ ପଦକ୍ଷେପ କଲେଜର ଇଣ୍ଟିଗ୍ରେଟେଡ ବି.ଏଡ୍‌ ବିଭାଗର ଏଚଓଡି ସମୀର ସାହୁଙ୍କୁ ଅତ୍ୟାଚାର କାରଣରୁ ନେଇଛନ୍ତି। ପୂର୍ବରୁ ଛାତ୍ରୀ ଅଭିଯୋଗ କରିଥିଲେ ଯେ, ସୀମର ସାହୁ ତାଙ୍କୁ ଜାଣିଶୁଣି ହଇରାଣ କରିବା ସହ ଖରାପ ଇଙ୍ଗିତ କରୁଛନ୍ତି। ଏନେଇ ସେ କଲେଜ କର୍ତ୍ତୃପକ୍ଷଙ୍କ ଜଣାଇଥିଲେ ବି ଘଟଣାର କୌଣସି ସମାଧାନ ହୋଇନଥିଲା। ଶନିବାର ମଧ୍ୟ ତାଙ୍କୁ ପ୍ରିନ୍ସିପାଲଙ୍କ କକ୍ଷକୁ ଡାକି ଅଭିଯୋଗ ପ୍ରତ୍ୟାହାର କରିବାକୁ କୁହାଯାଇଥିଲା। ଯାହା ପରେ ସେ ଏଭଳି ପଦକ୍ଷେପ ନେଇଥିଲେ।

  • Garvita Odia

    Related Posts

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି…

    ଟ୍ବିନ୍ ସିଟିରେ ପିକେଟିଂ

    ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା