କାନ୍ଥ ଭୁଶୁଡ଼ି ୭ ଜଣଙ୍କ ଜୀବନ ଗଲା

ଦିଲ୍ଲୀରେ ଅବିଶ୍ରାନ୍ତ ବର୍ଷା ସାଂଘାତିକ ସ୍ଥିତି ସୃଷ୍ଟି କରିଛି। ପ୍ରବଳ ବର୍ଷା ଯୋଗୁ ସାଧାରଣ ଜନଜୀବନ ପ୍ରଭାବିତ ହୋଇଛି। ଟ୍ରେନ ଠାରୁ ଆରମ୍ଭ କରି ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରମୁଖ ସ୍ଥାନ ଗୁଡ଼ିକରେ ବର୍ଷା ପାଣି ଜମି ରହିଥିବାରୁ ଟ୍ରାଫିକ ସମସ୍ୟା ସ୍ଥିତିକୁ ଆହୁରି ଜଟିଳ କରିଛି।

ଏପରି ସ୍ଥିତିରେ ଦିଲ୍ଲୀର ହରି ନଗରରେ ବଡ଼ ଅଘଟଣ ଘଟିଛି। ଏଠାରେ ଲଗାଣ ବର୍ଷା ଯୋଗୁ ଗୋଟିଏ ବିରାଟ କାନ୍ଥ ଭୁଶୁଡ଼ି ପଡ଼ିଛି। ଫଳରେ ଏହା ତଳେ ଚାପି ହୋଇ ୭ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ, ୨ ଜଣ ମହିଳା ଓ ୨ ଜଣ ଝିଅ ରହିଛନ୍ତି। ଏମାନେ ସମସ୍ତେ କାନ୍ଥ ସାଇଡରେ ଜରି ପାଲ ପକାଇ ରହୁଥିଲେ। କିନ୍ତୁ ଅବିଶ୍ରାନ୍ତ ବର୍ଷା ସେମାନଙ୍କ ଜୀବନ ନେଇ ଯାଇଛି।ମୃତକମାନେ ହେଲେ ୩୦ ବର୍ଷୀୟ ଶାବିବୁଲ, ୩୦ ବର୍ଷୀୟ ରବିବୁଲ, ୪୫ ବର୍ଷୀୟ ମୁତ୍ତୁ ଅଲୀ, ୨୫ ବର୍ଷୀୟ ରୁବିନା, ୨୫ ବର୍ଷୀୟ ଡଲୀ, ୬ ବର୍ଷୀୟ ରୁକଶାନା ଓ ୭ ବର୍ଷୀୟ ହସୀନା। ପୁଲିସ୍‌ ଓ ଉଦ୍ଧାରକାରୀ ଦଳ ସେମାନଙ୍କ ମୃତଦେହକୁ ଧ୍ୱଂସାବଶେଷ ତଳୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛନ୍ତି।

  • Related Posts

    ଭାରତ ଦୂତାବାସକୁ ଗ୍ୟାସ, ପାଣି ଯୋଗାଣ ବନ୍ଦ କଲେ ପାକିସ୍ତାନ ସରକାର

    ନୂଆଦିଲ୍ଲୀ: ଅପରେସନ ସିନ୍ଦୂରକୁ ନେଇ ଭାରତ ଓ ପାକିସ୍ତାନ ମ୍ମରେ କୂଟନୈତିକ ଲଢେଇ ତୀବ୍ର ହୋଇଛି । ରିପୋର୍ଟ ଅନୁଯାୟୀ ଇସଲାମାବାଦସ୍ଥିତ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ପାକିସ୍ତାନ ସରକାର ପାଣି ଓ ଗ୍ୟାସ ଯୋଗାଣ ବନ୍ଦ କରିଦେଇଥିବା ଜଣାପଡିଛି । ଏହା…

    Continue reading
    ଇସ୍ରାଏଲ ଆକ୍ରମଣରେ ୫ ଅଲ୍‌ ଜଜିରା ସାମ୍ବାଦିକ ମୃତ

    ଗାଜା: ଇସ୍ରାଏଲ ପକ୍ଷରୁ ରବିବାର ରାତିରେ ପାଲେଷ୍ଟାଇନର ଗାଜା ସହର ଉପରେ ପ୍ରବଳ ବୋମାମାଡ କରାଯାଇଥିବାବେଳେ ଅଲ୍‌ ଜଜିରା ନ୍ୟୁଜ୍‌ ଚ୍ୟାନେଲର ୫ ଜଣ ସାମ୍ବାଦିକ ଙ୍କ ସମତେ ମୋଟ ୭ ଜଣ ପ୍ରାଣ ହରାଇଛନ୍ତି । ଏମାନେ ହେଲେ ଆନାସ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    CM Launches Odisha Marine Biotechnology Research & Innovation Corridor

    ସର୍ବସାଧାରଣ ସ୍ଥାନରୁ ବୁଲା କୁକୁର ହଟାଇବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ

    ଭାରତ ଦୂତାବାସକୁ ଗ୍ୟାସ, ପାଣି ଯୋଗାଣ ବନ୍ଦ କଲେ ପାକିସ୍ତାନ ସରକାର

    ୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବ ମାଆ କଟକ ଚଣ୍ଡୀଙ୍କ ମନ୍ଦିର ଉନ୍ନତିକରଣ

    ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

    ଇସ୍ରାଏଲ ଆକ୍ରମଣରେ ୫ ଅଲ୍‌ ଜଜିରା ସାମ୍ବାଦିକ ମୃତ