
ଭୁବନେଶ୍ବର: ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଗିରଫ ହୋଇଛନ୍ତି। ଡିସିପି କାର୍ୟ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି।
ଡିସିପି କାର୍ୟ୍ୟାଳୟରେ ଆଜି ରାତି ୯ଟା ୪୦ରେ ପହଞ୍ଚି ଜଗନ୍ନାଥ ପ୍ରଧାନ କହିଥିଲେ, ବିଏମ୍ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ଘଟଣାକୁ ମୁଁ ସବୁବେଳେ ନିନ୍ଦା କରିଆସୁଛି। ଏହି ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ। ଓଏଏସ୍ ସଂଘ ମୋର ଗିରଫ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନ କାରଣରୁ ଜନସାଧାରଣ ପ୍ରଭାବିତ ହୋଇପାରନ୍ତି। ରଥଯାତ୍ରା ଓ ବନ୍ୟା ସମୟରେ ପ୍ରଶାସନିକ ବ୍ୟବସ୍ଥା ପ୍ରଭାବିତ ହୋଇପାରେ। ମୋହନ ଚରଣ ମାଝୀ ସରକାର ବଦନାମ ନହୁଅନ୍ତୁ ଏହା ମୁଁ ଚାହେଁ। କିନ୍ତୁ ସରକାରଙ୍କ ସମ୍ମାନ, ବୃହତ୍ତର ସ୍ବାର୍ଥ ପାଇଁ ସହଯୋଗ କରିବି।
ଜଗନ୍ନାଥ ପ୍ରଧାନ ଡିସିପି କାର୍ୟ୍ୟାଳୟରେ ପହଞ୍ଚିବା ନେଇ ଭୁବନେଶ୍ବର (ଏକାମ୍ର) ବିଧାୟକ ବାବୁ ସିଂ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ ଡିସିପିଙ୍କ ଡାକରା କ୍ରମେ ଜଗନ୍ନାଥ ପ୍ରଧାନ ଡିସିପି କାର୍ୟ୍ୟାଳୟକୁ ଆସିଛନ୍ତି।