ଗୋଷ୍ଠୀ ସଂଘର୍ଷ, ୩ ମୁଣ୍ଡ ମୃତ

ଗଞ୍ଜାମ: ଖାରିପଲ୍ଲୀ ଗାଁରେ ଗୁଣି ସନ୍ଦେହରୁ ଗୋଷ୍ଠୀ ସଂଘର୍ଷ ଏବଂ ଏହି ଗୋଷ୍ଠୀ ସଂଘର୍ଷରେ ୩ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରେ ବାପା ଓ ପୁଅ ଅଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।ଗଞ୍ଜାମ ଜିଲାର ଖାରିପଲ୍ଲୀ ଗାଁ ରକ୍ତରଞ୍ଜିତ ହୋଇଛି। ଖାରିପଲ୍ଲୀ ଗାଁରେ ଗୋଷ୍ଠୀ ସଂଘଷ ଯୋଗୁଁଁ ୩ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଗୋଷ୍ଠୀର ଲୋକେ ୨ ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ମୃତକ ୨ଜଣ ବାପା ଓ ପୁଅ ବୋଲି ସୂଚନା ମିଳିଛି। ବେହେରା ଓ ରତ୍ନାକର ବେହେରାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଅପରପକ୍ଷରେ ଏହି ଗୋଷ୍ଠୀ ସଂଘର୍ଷରେ ଅନ୍ୟଗୋଷ୍ଠୀର ଜଣଙ୍କ ମୃତ୍ୟୁ ହୋଇଛି ଏବଂ ମୃତକ ରମେଶ ବେହେରା ବୋଲି ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାରେ ପୁଲିସ ୧୦ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ୩ ବର୍ଷ ତଳୁ ଗୁଣିଗାରେଡ଼ିକୁ ନେଇ ବିବାଦ ଲାଗିି ରହିଥିଲା। ଗୁଣିଗାରେଡିକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ସୂଚନା ମିଳିଛି। ଖାରିପଲ୍ଲୀ ଗାଁରେ ବ୍ୟାପକ ପୁଲିସ ମୁତୟନ କରାଯାଇଛି।

  • Related Posts

    ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

    ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍‌ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ…

    Continue reading
    ଆଖିବୁଜିଲେ ବରଗଡ଼ ନାବାଳିକା

    ବରଗଡ଼: ଦୁଃଖଦ…ଆଖିବୁଜିଲେ ବରଗଡ଼ ଅର୍ଦ୍ଧଦଗ୍ଧ ନାବାଳିକା । ବୁର୍ଲାମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଆଖି ବୁଜିଛନ୍ତି । ବରଗଡ଼ରୁ ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ ଆଜି ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅଞ୍ଚଳରେଅଷ୍ଟମ ଶ୍ରେଣୀରେ ପଢ଼ୁଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ