ଘରୋଇ ପୁଞ୍ଜି ନିବେଶରେ ଦେଶରେ ଏକ ନମ୍ବର ରାଜ୍ୟ

ଭୁବନେଶ୍ବର: ଘରୋଇ ପୁଞ୍ଜି ନିବେଶରେ ଦେଶରେ ଏକ ନମ୍ବର ଓଡ଼ିଶା । ଶିଳ୍ପ କ୍ଷେତ୍ରରେ ଓଡ଼ିଶା ପାଇଛି ସଫଳତା । ଏଭଳି କହିଛନ୍ତି ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ । CMIE ରିପୋର୍ଟ ଅନୁସାରେ ଏପ୍ରିଲରୁ ଜୁନ୍‌ ମଧ୍ୟରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିଛି ଓଡ଼ିଶା । ଏହି ସମୟରେ ଅନ୍ୟ ସମସ୍ତ ରାଜ୍ୟରେ ୨ ଲକ୍ଷ ୧୦ ହଜାର କୋଟି ଟଙ୍କାର ନିବେଶ ହୋଇଥିବା ବେଳେ ଓଡ଼ିଶାରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି । କେମିକାଲ, ପେଟ୍ରୋ କେମିକାଲ, ଟେକ୍ସଟାଇଲ, ଗ୍ରୀନ୍ ଏନର୍ଜି ଭଳି କ୍ଷେତ୍ରରେ ପୁଞ୍ଜି ନିବେଶ ଆସିଛି ।

ଶିଳ୍ପ ମନ୍ତ୍ରୀ କହିଛନ୍ତି ସରକାରଙ୍କ ପ୍ରତି ନିବେଶକଙ୍କ ଭରସା ବଢ଼ିଛି । ବର୍ଷକ ମଧ୍ୟରେ ୧ ଲକ୍ଷ ୭୮ ହଜାର କୋଟି ନିବେଶ ହୋଇଥିବା ବେଳେ ୩ ମାସରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ନିବେଶ ହୋଇଛି । ଖୋର୍ଦ୍ଧା, ଗୋପାଳପୁର ଓ ଯାଜପୁରରେ ଅନେକ ଶିଳ୍ପର ଗ୍ରାଉଣ୍ଡ ବ୍ରେକିଂ ହୋଇଛି । ଆଗାମୀ ଦିନରେ ଉତ୍କର୍ଷ ଓଡ଼ିଶାରେ ଆସିଥିବା ନିବେଶ ପ୍ରସ୍ତାବକୁ ସରକାର ଗ୍ରାଉଣ୍ଡିଙ୍ଗ ପାଇଁ ଯୋଜନା କରୁଛନ୍ତି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ଵାଇଁ କହିଛନ୍ତି ।

  • Related Posts

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା…

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବୃଦ୍ଧି ପାଇଁ ଶ୍ରୀମନ୍ଦିର ପ୍ରଚଳିତ ଆଇନ ବ୍ୟବସ୍ଥାରେ ହେବ ପରିବର୍ତ୍ତନ । ଶ୍ରୀମନ୍ଦିର ଆଇନରେ ସଂଶୋଧନ ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବାକୁ ଉଚ୍ଚ ସ୍ତରୀୟ ପ୍ରଶାସନିକ ବୈଠକରେ ନିଷ୍ପତ୍ତି। ଶ୍ରୀମନ୍ଦିରରୁ ସ୍ପାଏ କ୍ୟାମେରା ବାରମ୍ବାର ଜବତ…

    Leave a Reply

    Your email address will not be published. Required fields are marked *

    You Missed

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

    ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

    ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ

    ବାଦଲଫଟା ବର୍ଷା ଓ ଭୂସ୍ଖଳନରେ: 10 ମୃତ, ୫୦ ନିଖୋଜ