ତିନି ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ପୁଣି ଏନକାଉଣ୍ଟର ହୋଇଛି । ସୁରକ୍ଷା କର୍ମୀଙ୍କ ଗୁଳିରେ ତିନି ଜଣ ମାଓବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ଘଟଣା ସ୍ଥଳରୁ AK47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଶୁକ୍ରବାର ମଧ୍ୟ ସେଠାରେ ଏନକାଣ୍ଟର ହୋଇଥିବା ବେଳେ ତେଲେଙ୍ଗାନାର ମୋଷ୍ଟ ୱାଣ୍ଟେଡ ମାଓ ନେତା ମାଲିରାପୁ ଆଡ଼ଲୁ ଓରଫ ଭାସ୍କର ପ୍ରାଣ ହରାଇଥିବା ନେଇ ସୁଚନା ଦେଇଥିଲେ ବସ୍ତର ଆଇଜି ସୁନ୍ଦରରାଜ ପି । ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନ ଭିତରେ ଭାରି ସଂଖ୍ୟାରେ ମାଓବାଦୀ ଲୁଚି ରହିଥିବା ନେଇ ଗୁଇନ୍ଦା ବିଭାଗକୁ ସୂଚନା ମିଳିଛି । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ମିଳିତ ଅପରେସନ ଜାରି ରହିଛି । ପୂର୍ବରୁ କେନ୍ଦ୍ରୀୟ କମିଟି ସଦସ୍ୟ ସୁଧାକର ପ୍ରାଣ ହରାଇଥିବା ବେଳେ ପୁଣି ଥରେ ଏଠାରେ ଅପରେସନ ଆରମ୍ଭ କରିଛନ୍ତି ସୁରକ୍ଷା କର୍ମୀ ।

  • Garvita Odia

    Related Posts

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ଗରମ ଗୁଳୁଗୁଳିରେ ସନ୍ତୁଳି ହେବେ ଉପକୂଳବର୍ତ୍ତି ଅଞ୍ଚଳ । ଆସନ୍ତା ୨୪ଘଣ୍ଟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂପୁର , ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଜିଲ୍ଲାରେ ଅଧିକ ଗୁଳୁଗୁଳି ଅନୁଭୁତ…

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ପାରାଦୀପ : ଇଦ୍ ପାଳିବା ପାଇଁ ଆସିଥିଲେ ପାରାଦୀପ । ୭ ଜଣ ସାଙ୍ଗ ସମୁଦ୍ରର ଲହଡିରେ ମଜାମସ୍ତି କରୁଥିଲେ । ହଠାତ୍ ଆସିଲା ଏକ ବଡ଼ ଲହଡ଼ି ଏବଂ ଜଣେ ଛାତ୍ରକୁ ଟାଣିନେଲା । ନିଜ ଆଖି ସାମ୍ନାରେ ସାଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ୭ ମାଓବାଦୀ ନିହତ

    ୭ ମାଓବାଦୀ ନିହତ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଡାକ୍ତରଖାନାରେ ଭର୍ତ୍ତି ସୋନିଆ ଗାନ୍ଧୀ

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ସମୁଦ୍ରରେ ଭାସିଯାଇ ଛାତ୍ର ନିଖୋଜ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ୮୦ ହଜାର ଟଙ୍କା ଖାଇଗଲେ ହାତୀ

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର

    ବନ୍ଦ ଘରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର