ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମୃତ

ଯାଜପୁର: ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାର ନାମକ ସୁନା ଦୋକାନରୁ ଲୁଟ ଉଦ୍ୟମ ବେଳେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ସୁନା ଦୋକାନର ୨ କର୍ମଚାରୀଙ୍କ ସହ ରାସ୍ତା କଡରେ ଥିବା ଇଲେକ୍ଟ୍ରି କର୍ମଚାରୀଙ୍କ ଉପରକୁ ଗୁଳିମାଡ଼ I ଏଥିରେ ବିଦ୍ୟୁତ କର୍ମଚାରୀ ଓ ଜଣେ ସୁନା ଦୋକାନୀ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି I ମୃତକମାନେ ହେଲେ ବିଦ୍ୟୁତ କର୍ମଚାରୀ ନୀଳମାଧବ ପଣ୍ଡା ଓ ସୁନା ଦୋକାନୀ କର୍ମଚାରୀ ସୁନୀଲ ରାୟ । ଏହି ଘଟଣା ପରେ ଉତ୍ତେଜନା ଦେଖା ଦେଇଛି।

ପାଣିକୋଇଲି ଛକରେ ଥିବା ପଣ୍ଡା ଅଳଙ୍କାରରୁ ଲୁଟ କରିବା ପାଇଁ ୨ ଜଣ ଦୁବୃର୍ତ୍ତ ଏକ ବାଇକରେ ଆସିଥିଲେ। ତେବେ ଦୋକାନ ବନ୍ଦ ଥିବାରୁ ଫେରାର ହେବା ସମୟରେ ଦୁର୍ବୃତ୍ତମାନେ ସୁନା ଦୋକାନର ୨ କର୍ମଚାରୀ ଓ ନିକଟରେ ଥିବା ବିଦ୍ୟୁତ କର୍ମଚାରୀଙ୍କ ଉପରକୁ ଗୁଳିମାଡ କରିଥିଲେ। ଏଥିରେ ୩ ଜଣ ଗୁରୁତର ହୋଇଥିଲେ। ଗୁରୁତରମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ନୀଳମାଧବ ପଣ୍ଡା ଓ ସୁନୀଲ ରାୟଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି I ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।

ସେପଟେ ଫେରାର ହୋଇଯାଉଥିବା ସମୟରେ ୨ ଜଣ ଦୁର୍ବୃତ୍ତଙ୍କୁ ସ୍ଥାନୀୟ ଲୋକେ କାବୁ କରିଛନ୍ତି। ଏହି ଘଟଣା ପରେ ଉତ୍ତେଜନା ଦେଖା ଦେଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ କରିବା ସହ ଘଟଣାସ୍ଥଳରୁ ବନ୍ଧୁକ ଜବତ କରିଛି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍