ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ

ଖଲ୍ଲିକୋଟ : ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ମାଟିଆ ସାହି ଛକରେ ଯୁବକଙ୍କୁ ଆକ୍ରମଣ । ଏକ ଧାରୁଆ ଅସ୍ତ୍ରରେ ଯୁବକଙ୍କୁ ଆକ୍ରମଣ ହୋଇଛି । ଯେଉଁଥିରେ ଯୁବକ ସିଲୁ ପାହାନ ଗୁରୁତର ହୋଇଛନ୍ତି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖଲ୍ଲିକୋଟ ମାଟିଆ ସାହି ଛକରେ ଯୁବକ ସିଲୁ ପାହାନଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି । ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ସିଲୁଙ୍କ ମୁଣ୍ଡ, ବେକ ଓ ହାତକୁ ହାଣିଛନ୍ତି । ଯାହାଫଳରେ ସିଲୁ ଗୁରୁତର ହୋଇଥିଲେ । ଏହାପରେ ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଥିଲେ । ହେଲେ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଅନ୍ୟପଟେ ଆକ୍ରମଣ ସଂପର୍କରେ ପୋଲିସ ଖବର ପାଇ ସ୍ଥାନୀୟ ପୋଲିସ ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି ।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା