ନେପାଳୀ ଛାତ୍ରୀ ମୃତ୍ୟୁର ଅନୁଧ୍ୟାନ କଲା ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ବର: ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛି । ଗୃହ ବିଭାଗ ସଚିବଙ୍କ ନେତୃତ୍ବରେ ଗଠିତ ଏହି ଟିମ ଉକ୍ତ ଘରୋଇ ବିଶ୍ବବିଦ୍ୟାଳୟ ପରିସରରେ ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିଛନ୍ତି । ଛାତ୍ରଙ୍କ ସମସ୍ୟା ନେଇ ଆନ୍ତର୍ଜାତିକ ସ୍ତରରେ ଭାରତ- ନେପାଳ ମଧ୍ୟରେ ସ୍ଥିତି ସୁଧାରିବା ପାଇଁ ଚେଷ୍ଟା ଜାରି ରହିଛି । ଏନେଇ ଗଠିତ ଉଚ୍ଚସ୍ତରୀୟ କମିଟିର ବରିଷ୍ଠ ପ୍ରଶାସନିକ ଅଧିକାରୀ ଉକ୍ତ ଘରୋଇ ବିଶ୍ବବିଦ୍ୟାଳୟ ପରିସରରେ ବୁଲି ଛାତ୍ରଛାତ୍ରୀ ଓ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି ।
ଗୃହ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି,”ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଆମେ ଆସିଥିଲୁ । ଆମେ ଚାରିଆଡ଼େ ବୁଲି ଦେଖିଛୁ ଓ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛୁ । ଯାହା ତଦନ୍ତ କରିଛୁ ସମସ୍ତ ରିପୋର୍ଟ ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନା କରିବୁ । କେବଳ ଆମେ ନୁହେଁ ଆମ ସହିତ ନେପାଳ ଟିମ୍ ମଧ୍ୟ ବୁଲିଥିଲେ । ଆମେ ଯାହା ରିପୋର୍ଟ ଦେବୁ ସେହି ହିସାବରେ ରାଜ୍ୟ ସରକାର ଯାହା କାର୍ୟାନୁଷ୍ଠାନ ନେବେ ।”

ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ କହିଛନ୍ତି,” ବିଶ୍ବବିଦ୍ୟାଳୟରେ ଆଇନଶୃଙ୍ଖଳା ପରିସ୍ଥିତି କିପରି ରହିଛି, ତାହା ଅନୁଧ୍ୟାନ କରିଥିଲୁ ।ଆସିଥିବା ଉଚ୍ଚସ୍ତରୀୟ କମିଟି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ ପାଠପଢା ଜାରି ରହିଛି । ବିଭିନ୍ନ ହଷ୍ଟେଲକୁ ଯାଇ ନେପାଳୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରାଯାଇଛି । ଯେଉଁମାନେ ଫେରି ନାହାନ୍ତି ସେମାନଙ୍କୁ ନିବେଦନ କରାଯାଇଛି, ସେମାନେ ବିଶ୍ବବିଦ୍ୟାଳୟକୁ ଫେରିବା ପାଇଁ । ନେପାଳ ଡେଲିଗେଟସ ମଧ୍ୟ ଆସିଛନ୍ତି, ସେମାନଙ୍କ ସହ ମଧ୍ୟ ଆଲୋଚନା କରାଯାଇଛି । ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ସହ ମଧ୍ୟ ଆଲୋଚନା କରାଯାଇଛି ।”

  • Related Posts

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ଭୁବନେଶ୍ବର: ରାଜଧାନୀରେ ହିଟ ଆଣ୍ଡ ରନ୍ କେସ। କାର ଜବତ। ଏବେ ବି କାର୍ ମାଲିକ ଫେରାର ରହିଥିବା ବେଳେ ଉଭୟ ସ୍କର୍ପିଓ ଓ ଚାଳକଙ୍କୁ ଧରିବାକୁ ପୁଲିସ ଚଢ଼ାଉ ଜାରି ରଖିଛି । ଶନିବାର ବରମୁଣ୍ଡାରୁ ରେସ୍ କରି ଆସୁଥିବା…

    ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ

    ଭୁବନେଶ୍ୱର : ସାମ୍ନାକୁ ଆସିଲା ପୁଣି ବଧୂ ହତ୍ୟା ଅଭିଯୋଗ । ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଧିନ ଧୀରୁକୁଟୀ ବସ୍ତିରେ ଜଣେ ନବବିବାହିତଙ୍କୁ ହତ୍ୟା କରିଥିବା ଅଭିଯୋଗ ଆସିଛି । ଝିଅଙ୍କୁ ଶାଶୁଘର ଲୋକେ ମାରି ଦେଇଥିବା ଅଭିଯୋଗ ଆଣିଛନ୍ତି ପରିବାର…

    Leave a Reply

    Your email address will not be published. Required fields are marked *

    You Missed

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ରେଙ୍ଗାଲି ଜଳ ଭଣ୍ଡାରରୁ ଛଡାଗଲା ବର୍ଷା ଜଳ

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ଅଙ୍ଗନଓ୍ବାଡ଼ି ଛାତ ଉପରୁ ନାବାଳକ ମୃତଦେହ ଉଦ୍ଧାର

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    ୩ ବନ୍ଦେ ଭାରତ ଏକ୍ସପ୍ରେସ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

    କୁକୁର କାମୁଡ଼ାରେ ଦୁଇ ମୃତ

    କୁକୁର କାମୁଡ଼ାରେ ଦୁଇ ମୃତ

    ଲଘୁଚାପ: ୧୨ରୁ ପ୍ରବଳ ବର୍ଷିବ

    ଲଘୁଚାପ:  ୧୨ରୁ ପ୍ରବଳ ବର୍ଷିବ