ପରିବର୍ତ୍ତିତ ହେଲା ପଞ୍ଚମ ଓ ଅଷ୍ଟମ ଶ୍ରେଣୀରେ ପରୀକ୍ଷା ପରିଚାଳନା

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଅଧିନିୟମ, ୨୦୧୦ ରେ ସଂଶୋଧନ କରାଯାଇ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର (ସଂଶୋଧନ) ଅଧିନିୟମ, ୨୦୨୫ ମାଧ୍ୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରାଯାଇଛି । ନୂତନ ସଂଶୋଧନ ଅନୁଯାୟୀ ପ୍ରତ୍ୟେକ ଶିକ୍ଷାବର୍ଷ ଶେଷରେ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଶୃଙ୍ଖଳିତ ପରୀକ୍ଷା ବ୍ୟବସ୍ଥା ପ୍ରଚଳନ କରାଯିବ । ଏହି ପଦକ୍ଷେପ ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କୁ ଅଧିକ ସକ୍ଷମ କରିବାକୁ ଚେଷ୍ଟା କରାଯିବ । ପରବର୍ତ୍ତୀ ଶ୍ରେଣୀକୁ ଯିବା ପୂର୍ବରୁ ଛାତ୍ରଟିଏ ଯେପରି ତାହାର ମୌଳିକ ଶିକ୍ଷାସ୍ତର ହାସିଲ୍ କରିପାରିବ ସେ ନେଇ ପ୍ରୟାସ କରାଯାଇଛି ।

ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀର ସମସ୍ତ ଛାତ୍ରଛାତ୍ରୀଙ୍କୁ ଏବେ ବାର୍ଷିକ ପରୀକ୍ଷା ଦେବାକୁ ପଡ଼ିବ । ଯଦି କୌଣସି ପିଲା ଏହି ପରୀକ୍ଷାରେ ବିଫଳ ହୁଏ, ତେବେ ଫଳାଫଳ ଘୋଷଣାର ଦୁଇ ମାସ ମଧ୍ୟରେ ପୁନଃପରୀକ୍ଷା ପାଇଁ ସୁଯୋଗ ପ୍ରଦାନ କରାଯିବ । ପୁନଃପରୀକ୍ଷା ପରେ ମଧ୍ୟ ଆବଶ୍ୟକୀୟ ପଦୋନ୍ନତି ମାନଦଣ୍ଡ ପୂରଣ କରିବାରେ ବିଫଳ ହେଉଥିବା ଛାତ୍ରଛାତ୍ରୀମାନଙ୍କୁ ସମାନ ଶ୍ରେଣୀରେ ରଖାଯାଇପାରିବ । ସଂଶୋଧନ ମାଧ୍ୟମରେ ସ୍ପଷ୍ଟ କରାଯାଇଛି ଯେ ପ୍ରାଥମିକ ଶିକ୍ଷା ସମାପ୍ତ ନହେବା ପର୍ୟ୍ୟନ୍ତ କୌଣସି ପିଲାଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯିବ ନାହିଁ ।

ଏହି ସଂଶୋଧନ ଶିଶୁଙ୍କ ମାଗଣା ଓ ବାଧ୍ୟତାମୂଳକ ଶିକ୍ଷା ଅଧିକାର ଆଇନ, ୨୦୦୯ ର ଧାରା ୩୮ ସହିତ ସମନ୍ୱିତ । ଏହା ଓଡ଼ିଶା ଗେଜେଟରେ ପ୍ରକାଶିତ ହେବା ପରେ କାର୍ୟ୍ୟକାରୀ ହେବ । ଏହି ପରିବର୍ତ୍ତନ ଶିକ୍ଷାଗତ ମାନ ବୃଦ୍ଧି କରିବା ସହ କୌଣସି ଶିଶୁ ଯେପରି ଶିକ୍ଷା ଅଧିକାରରୁ ବଞ୍ଚିତ ନହେବ ସେ ନେଇ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିବ ।

  • Related Posts

    ନବ ଦାସ ହତ୍ୟା ମାମଲା: ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ବୁଧବାର ଝାରସୁଗୁଡ଼ା ଏଡିଜେ କୋର୍ଟରେ ଶୁଣାଣି ରହିଛି। ବୁଧବାର ଏହି ଘଟଣାର ଅନ୍ୟତମ ମୁଖ୍ୟ ସାକ୍ଷୀ କହାଯାଉଥିବା ତତ୍କାଳୀନ ବ୍ରଜରାଜନଗର ଥାନାଅଧିକାରୀ ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ସାକ୍ଷ୍ୟ ଗ୍ରହଣ ହେବ। ଗତ ମାର୍ଚ୍ଚରେ…

    ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

    ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ଅମ୍ଳଜାନ ପ୍ଲାଣ୍ଟରେ ବିସ୍ଫୋରଣ:୨ ମୃତ

    ରୁଷରେ ଅଜିତ ଡୋଭାଲ

    ରୁଷରେ ଅଜିତ ଡୋଭାଲ

    ନବ ଦାସ ହତ୍ୟା ମାମଲା: ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ନବ ଦାସ ହତ୍ୟା ମାମଲା:  ଆଜି ମୁଖ୍ୟ ସାକ୍ଷୀଙ୍କ ସାକ୍ଷ୍ୟ ଗ୍ରହଣ

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ସାଇବର୍ ଠକେଇ ମାମଲାରେ ଇଡିର ସବୁଠୁ ବଡ଼ ରେଡ୍

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

    ୫.୫%ରେ ରେପୋ ଅପରିବର୍ତ୍ତିତ

    ୫.୫%ରେ ରେପୋ ଅପରିବର୍ତ୍ତିତ