ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ଖଣ୍ଡପଡ଼ାର ରାଜା ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜଙ୍କର ପରଲୋକ ଘଟିଛି। ସେ ଦୀର୍ଘ ଅସୁସ୍ଥତା ଯୋଗୁ ୭୦ ବର୍ଷ ବୟସରେ ଦେହାନ୍ତ ଘଟିଛି। ସେ ହୃଦରୋଗରେ ପୀଡିତ ଥିଲେ ଏବଂ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସେ ୧୯୮୦, ୧୯୮୫ ଏବଂ ୧୯୯୫ ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଏବଂ ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀର ବିଧାନସଭା ସଦସ୍ୟ (ବିଧାୟକ) ଭାବରେ କାର୍ଯ୍ୟ କରିଥିଲେ। ସେ ଓଡ଼ିଶାରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ବିଧାନସଭାର ଉପବାଚସ୍ପତି ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ସେ ଓଡ଼ିଶାର କଂଗ୍ରେସ ଦଳର ଜଣେ ପ୍ରବୀଣ ନେତା ଥିଲେ। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୋକ ପ୍ରକାଶ କରିଛନ୍ତି।
କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ
ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…