ବିଜେଡ଼ି କର୍ମୀଙ୍କ ଉପରେ ପାଣିମାଡ଼

ଭୁବନେଶ୍ୱର: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ବିରୋଧୀ ବିଜେଡି ଆଜି ବାଲେଶ୍ୱର ବନ୍ଦ ଡାକରା ଦେବା ସହ ଭୁବନେଶ୍ୱରର ଲୋକସେବା ଭବନ ଘେରାଉ କରିଛି । ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି । ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ୟ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।

  • Garvita Odia

    Related Posts

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଭୁବନେଶ୍ୱର: ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟ ଘଟଣାକୁ ନେଇ ଉଠୁଛି ପଡୁଛି ସାରା ରାଜ୍ୟ । ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍ କରି ରାଜରାସ୍ତାକୁ ଓହ୍ଲାଉଇନ୍ତି। ସବୁ ବିରୋଧୀ ଦଳ ନ୍ୟାୟ ଦାବିରେ ହଲ୍ଲାବୋଲ କରୁଛନ୍ତି…

    ଟ୍ବିନ୍ ସିଟିରେ ପିକେଟିଂ

    ଭୁବନେଶ୍ୱର: ଫକୀର ମୋହନ କଲେଜ ଛାତ୍ରୀଙ୍କ ଆତ୍ମାହୁତିକୁ ନେଇ ନ୍ୟାୟ ଦାବିରେ ଆଜି କଂଗ୍ରେସ ଏବଂ ବାମଦଳଙ୍କ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ଫଳରେ ଦିଆଯାଇଥିବା ବନ୍ଦ ଡାକରା ଯୋଗୁ ଚକ ଅଖ ସବୁ ବନ୍ଦ ରହିଛି । ଛାତ୍ରୀଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ଓଡ଼ିଶା ବନ୍ଦ ଲୋକଙ୍କର ହେଉ: ବିରୋଧୀ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା; ୨୧ରେ ସଂସଦ ଘେରାଉ କରିବ କଂଗ୍ରେସ

    ଟ୍ବିନ୍ ସିଟିରେ ପିକେଟିଂ

    ଟ୍ବିନ୍ ସିଟିରେ  ପିକେଟିଂ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ଓଡ଼ିଶା ବନ୍ଦ: ମେଡିକାଲ ଯାଇ ପାରୁନାହାନ୍ତି ରୋଗୀ

    ରାନ୍ୟା ରାଓଙ୍କୁ ଏକ ବର୍ଷ ଜେଲ୍ ଦଣ୍ଡ

    ରାନ୍ୟା ରାଓଙ୍କୁ  ଏକ ବର୍ଷ ଜେଲ୍ ଦଣ୍ଡ

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା

    ପୁଲିସର ବର୍ବରୋଚିତ ଆକ୍ରମଣ ଘଟଣାକୁ ବିଜେଡିର ଦୃଢ଼ ନିନ୍ଦା