ଭକ୍ତ ଦାସିଆଙ୍କ ଜନ୍ମ ଓ ସାଧନା ପୀଠରେ ଝୁଲଣ ପର୍ବ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ ଭକ୍ତ ଶିରୋମଣି ଦାସିଆଙ୍କ ଜନ୍ମ ଓ ସାଧନା ପୀଠ ପିପିଲି ବ୍ଲକ୍‍ ଅନ୍ତର୍ଗତ ବାଲିଗାଁ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଝୁଲଣ ପର୍ବ ୭ଦିନ ବ୍ୟାପୀ ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଏହି ଅବସରରେ ଠାକୁରଙ୍କ ଚଳନ୍ତି ପ୍ରତିମା ଶ୍ରୀମଦନମୋହନ, ଭୂଦେବୀ, ଶ୍ରୀଦେବୀ ଓ ଗୁରୁଣ୍ଡି ଗୋପାଳଙ୍କୁ ପ୍ରତି ସନ୍ଧ୍ୟାରେ ଏକ ସୁସଜ୍ଜିତ ବିମାନରେ ବିଜେ କରାଯିବା ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶ୍ରୀଜଗନ୍ନାଥ ମନ୍ଦିରର ମୁଖ୍ୟପୂଜକ ଓ ସହାୟକ ପୂଜକ ପ୍ରମୁଖ ଠାକୁରଙ୍କ ସମସ୍ତ ଦୈନନ୍ଦିନ ପୂଜାନୀତି ସମାପନ କରିଥିଲେ । ନିକଟବର୍ତ୍ତୀ ଅଞ୍ଚଳରୁ ବିଭିନ୍ନ ସଂକୀର୍ତ୍ତନ ମଣ୍ଡଳୀ ପ୍ରତି ସନ୍ଧ୍ୟାରେ ନାମ ସଂକୀର୍ତ୍ତନ ପରିବେଷଣ କରିଥିବାବେଳେ ଶିଶୁ କଳାକାରଙ୍କ ଦ୍ୱାରା ଭଜନ ପରିବେଷଣ କରାଯାଇଥିଲା ।

ଭକ୍ତ ଦାସିଆଙ୍କ ସ୍ମୃତି କମିଟି ପକ୍ଷରୁ ଆୟୋଜିତ ଏହି ଉତ୍ସବରେ ଏମସ୍‌ ଭୁବନେଶ୍ୱରର ପ୍ରାକ୍ତନ ନିର୍ଦ୍ଦେଶକ ତଥା ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ପଦ୍ମଶ୍ରୀ ଡାକ୍ତର ଅଶୋକ କୁମାର ମହାପାତ୍ର, ଅନୁଷ୍ଠାନର ସାଧାରଣ ସମ୍ପାଦକ ଡଃ ଘନଶ୍ୟାମ ସ୍ୱାଇଁ, ସାଂସ୍କୃତିକ ସଂପାଦକ ସରୋଜ କୁମାର ସାହୁ, ବରିଷ୍ଟ ସଦସ୍ୟ ଇଂ ଶ୍ରୀଧର ମାହଲ, ଡ଼ଃ ବାସନ୍ତୀ ଦାସ, ସୁବାସ ସାମଲ, ଶିକ୍ଷାବିତ ବୃନ୍ଦାବନ ମହାପାତ୍ର, ଚିତ୍ତରଞ୍ଜନ ସେନାପତି, ଗୋପାଳ ବଳ, ଚରଣ ପରିଡ଼ା, ରମେଶ ଚନ୍ଦ୍ର ପ୍ରଧାନ, ଅଭୟ ଚରଣ ସାହୁ ପ୍ରମୁଖ ଯୋଗଦେଇ ଝୁଲଣ ପର୍ବ ସଂପର୍କରେ ଆଲୋକପାତ କରିବା ସହ ଭକ୍ତ ଓ ଭଗବାନଙ୍କ ନିବିଡ ସଂପର୍କ ଉପରେ ଗୁରୁତ୍ୱାରୋପ କରିଥିଲେ । ପ୍ରତ୍ୟେକ ସଂନ୍ଧ୍ୟାରେ ଭକ୍ତମାନଙ୍କୁ ପ୍ରସାଦ ବିତରଣ କରାଯାଇଥିଲା ।

  • Related Posts

    CM Launches Odisha Marine Biotechnology Research & Innovation Corridor

    Ground-breaking Marine Biotech Initiative to Make Odisha a Leader in Blue Economy- CM Bhubaneswar: Chief Minister Shri Mohan Charan Majhi today launched the Odisha Marine Biotechnology Research & Innovation Corridor…

    Continue reading
    ୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ହେବ ମାଆ କଟକ ଚଣ୍ଡୀଙ୍କ ମନ୍ଦିର ଉନ୍ନତିକରଣ

    କଟକ: ମା କଟକ ଚଣ୍ଡୀ ମନ୍ଦିର ଉନ୍ନତିକରଣ ପ୍ରକଳ୍ପ କାର୍ଯ୍ୟ ଦୀର୍ଘ ଦିନ ହେବ ଚାଲୁଥିଲେ ମଧ୍ୟ ଅଧାପାନ୍ତରିଆ କାମ ଫଳରେ ଭକ୍ତମାନେ ନାହିଁନଥିବା ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଏନେଇ ମା’ କଟକ ଚଣ୍ଡୀ ମନ୍ଦିର ସୁରକ୍ଷା କମିଟି ଉପସଭାପତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ