ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ଭାଙ୍ଗ

ପୁଣେ: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍‌କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ମଧ୍ୟ ଭାଙ୍ଗି ଯାଇଛି।
୨୦୧୨-୧୩ରେ ଇଂଲଣ୍ଡ ଭାରତ ଗସ୍ତରେ ଦଳକୁ ଟେଷ୍ଟ ସିରିଜରେ ହରାଇଥିଲା। ଏହା ପରଠାରୁ ଭାରତୀୟ ଟିମ୍‌ ଘରୋଇ ମାଟିରେ ସିରିଜ ପରାଜୟର ନଜିର ନାହିଁ। ଦଳ ଲଗାତାର ୧୮ ସିରିଜରେ ବିଜେତା ହୋଇଥିଲା। ହେଲେ ଏବେ ଏଥିରେ ବ୍ରେକ୍‌ ଲାଗିଛି। ସେହିଭଳି ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ଘରୋଇ ମାଟିରେ ୪ର୍ଥ ମ୍ୟାଚ୍‌ରେ ପରାଜିତ ହୋଇଛି। ସେ ଏବେ ଭାରତ ପାଇଁ ସବୁଠାରୁ ଅଧିକ ଟେଷ୍ଟ ମ୍ୟାଚ୍‌ ହାରିବା ମାମଲାରେ ସଂଯୁକ୍ତ ଭାବେ ଦ୍ୱିତୀୟ ଭାରତୀୟ ଅଧିନାୟକ ପାଲଟିଛନ୍ତି।

ନ୍ୟୁଜିଲାଣ୍ଡ ଦଳ ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସରେ ଦଳ ୨୫୯ ରନ୍‌ କରିଥିଲା। ଜବାବରେ ଟିମ୍‌ ଇଣ୍ଡିଆ ୧୫୬ ରନ୍‌ କରି ଅଲଆଉଟ୍‌ ହୋଇଥିଲା। ପରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସରେ ଜବରଦସ୍ତ ପ୍ରଦର୍ଶନ କରି ୨୫୫ ରନ୍‌ କରିବାରେ ସଫଳ ହୋଇଥିଲା। ଏମିତିରେ ଭାରତକୁ ୩୫୯ରନ୍‌ର ଟାର୍ଗେଟ ମିଳିଥିଲା। ହେଲେ ଯଶସ୍ବୀ ଜୟସ୍ବାଲଙ୍କୁ ଛାଡ଼ି ଅନ୍ୟ ବ୍ୟାଟ୍ସମ୍ୟାନ୍‌ ବିଫଳ ହେବାରୁ ଦଳକୁ ପରାଜିତ ହେବାକୁ ପଡ଼ିଛି। ନ୍ୟୁଜିଲାଣ୍ଡ ୨-୦ରେ ସିରିଜରେ ଆଗୁଆ ହୋଇଛି।

  • Related Posts

    ଆଜିଠାରୁ ପୁରୁଷ ଏସିଆ କପ୍‌ ହକି ସୁପର-୪ ମୁକାବିଲା, ଦକ୍ଷିଣ କୋରିଆ-ଭାରତ ମୁହାଁମୁହିଁ

    ରାଜଗିର,03/09 : ପୁରୁଷ ଏସିଆ କପ୍‌ ହକିର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଭାରତ ୩ରେ ପ୍ରଥମ…

    Continue reading
    ମୁଖ୍ୟ ପ୍ରାୟୋଜକ ପାଇଁ ବିସିସିଆଇ ବିଡ ଆହ୍ବାନ

    ମୁମ୍ବାଇ,03/09:ଭାରତୀୟ କ୍ରିକେଟ ଟିମର ମୁଖ୍ୟ ପ୍ରାୟୋଜକ ହେବାକୁ ଚାହୁଁଥିବା ସଂସ୍ଥାଗୁଡ଼ିକ ଠାରୁ ଦରଖାସ୍ତ ଆହ୍ୱାନ କରିଛି ବିସିସିଆଇ। ‘ଡ୍ରିମ୍ ଇଲେଭେନ୍’ ଓହରି ଯିବା ପରେ ଭାରତୀୟ କ୍ରିକେଟ୍ ଦଳର ମୁଖ୍ୟ ପ୍ରାୟୋଜକ ଲାଗି ବିସିସିଆଇ ମଙ୍ଗଳବାର ସାନି ବିଡ୍ ଆହ୍ବାନ କରିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ନବରଙ୍ଗପୁରରେ ସାମ୍ବାଦିକଙ୍କ ଉପରେ ନିଶାସକ୍ତଙ୍କ ଆକ୍ରମଣରେ ଓଡିଶା ଡିଜିପିଙ୍କୁ ନୋଟିସ୍ ଜାରି କଲେ ଜାତୀୟ ମାନବାଧିକାର କମିଶନ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ତଲବ

    ଆତ୍ମହତ୍ୟା ରୋକିବ ‘ଜୀବନ ଜିନ୍ଦାବାଦ୍’

    ସୁସ୍ଥ ଖାଦ୍ୟାଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଅଙ୍ଗନବାଡି କେନ୍ଦ୍ରରେ ଚିନି ବୋର୍ଡ ସ୍ଥାପନ

    ରପ୍ତାନୀ ନୀତି ଓ ବିଶ୍ଵ ବଜାର ସଂଯୋଗୀକରଣ ଶୀର୍ଷକ ରାଜ୍ୟ ସଂଲଗ୍ନ ପ୍ରଶିକ୍ଷଣ ଅଧିବେଶନ

    ଓଡ଼ିଶାର ଶିଳ୍ପାୟନ କ୍ଷେତ୍ରରେ ଅଭିବୃଦ୍ଧି ଦିଗରେ ଆଇଏଫ୍‌ଏସ୍‌ ଅଧିକାରୀମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

    ସ୍କୁଲ ସହ ଯୋଡ଼ିହେବ ଅଙ୍ଗନବାଡ଼ି କେନ୍ଦ୍ର, ଗାଇଡଲାଇନର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ