ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

ଭୁବନେଶ୍ୱର ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଗୁରୁବାର ସକାଳୁ କୋଟପାଡ ବ୍ଳକ ବତାସନା ଜି.ପି. ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍‌ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ପଶି ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରୁଛି ଜୟପୁର ଭିଜିଲାନ୍ସ ଟିମ୍ ।ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର ଏସ୍‌ ପାର୍ଥ ସାରଥୀ ବିଶୋୟୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଟିମ୍‌ ଚଢାଉ କରୁଛି । ଏନେଇ ମାନ୍ୟବର ସ୍ୱତନ୍ତ୍ର ବିଚାରପତିଙ୍କ ଦ୍ୱାରା ସର୍ଚ୍ଚ ୱାରେଣ୍ଟ ଜାରି ହେବା ପରେ ୨ ଜଣ ଅତିରିକ୍ତ ଏସ୍‌ପି, ୪ ଜଣ ଡିଏସ୍‌ପି, ୬ ଜଣ ଇନସ୍ପେକ୍ଟର, ୬ ଜଣ ଏଏସ୍‌ଆଇଙ୍କ ସମେତ ଅନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି ।

କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅନ୍ତର୍ଗତ ଚମ୍ପିଆ ଗ୍ରାମରେ ଥିବା ଏସ୍‌ ପାର୍ଥ ସାରଥି ବିଶୋୟୀଙ୍କ ଘର, ସେହି ଗ୍ରାମରେ ଥିବା ତାଙ୍କ ଭାଇ ଏବଂ ସମ୍ପର୍କୀୟଙ୍କ ଘର, ଚମ୍ପିଆ ଗ୍ରାମରେଥିବା ତାଙ୍କ ଆଉ ଏକ ଘର, ଚମ୍ପିଆ ଠାରେ ଥିବା ସାଇ କୃଷ୍ଣ ଏଣ୍ଟରପ୍ରାଇଜେସ୍ ନାମକ କାଜୁ ପ୍ରୋସେସିଂ ୟୁନିଟ୍‌, ବୋରିଗୁମ୍ମାରେ ଥିବା ୩ ମହଲା ବିଶିଷ୍ଟ ଘର, କୋଟପାଡ ବ୍ଲକ ଅନ୍ତର୍ଗତ ବତାସନା ଜି.ପି. ଠାରେ ଥିବା ଅଫିସ୍‌ ଚାମ୍ୱରରେ ଏକକାଳୀନ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

  • Related Posts

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମୋହନା: ପୁଣି ଗୁଣି ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟାକରି ଜଙ୍ଗଲରେ ପୋତି ଦେଇଥିବା ଅଭିଯୋଗ ହୋଇଛି । ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁସୁମପୁର ଗାଁରେ । ମୃତକ ଜିରାଙ୍ଗ ପଞ୍ଚାୟତ କମଳାପୁର ଗାଁର କରୁଣାକର ଦଳାଇ(୩୦) ।…

    ଚାଞ୍ଚଲ୍ୟକର ପ୍ରତିକ୍ରିୟା:ବୋଲି ଝିଅ ନିଜେ ଆତ୍ମହତ୍ୟା କରିଛି

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଛାତ୍ରୀ ପୋଡ଼ି ଘଟଣାରେ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି ମୃତ ଛାତ୍ରୀଙ୍କ ବାପା । ସେ କହିଛନ୍ତି, ମୋ ଝିଅ ବାନ୍ଧି ହୋଇ ପୋଡ଼ି ମରିଥିବା ମୁଁ ଅନୁମାନ କରୁଛି । ତାର ବାନ୍ଧି ହୋଇ ପୋଡ଼ି…

    Leave a Reply

    Your email address will not be published. Required fields are marked *

    You Missed

    Breastfeeding brings the child closer to the mother’s heart : Dy CM Smt. Pravati Parida

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କଲେ ହସ୍ତତନ୍ତ ମେଳା “ଏକତା”

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍ସ: ପ୍ତାହରେ ଗୋଟିଏ ଦିନ ହସ୍ତତନ୍ତ ପିନ୍ଧନ୍ତୁ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଟ୍ରମ୍ପଙ୍କୁ ଝଟକା, ଆମେରିକା ସହ ବୋଇଂ ଡିଲ ରଦ୍ଦ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ

    ମାଟି ଖୋଳି ମୃତଦେହ ଉଦ୍ଧାର, ୮ ଅଟକ