ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ ।

ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା କୋରେଇ ଥାନା ବରୁଣ୍ଡେଇ ଅଞ୍ଚଳର ଲକ୍ଷ୍ମୀଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିଲେ କିରାଣୀ ଶ୍ରୀ ପେରେଇ। ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ ପାଇଁ ବାରମ୍ବାର ତହସିଲ କାର୍ୟ୍ୟାଳୟକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇଥିଲେ ଲକ୍ଷ୍ମୀଧର । ତେବେ କାର୍ୟ୍ୟ କରାଇ ଦେବାକୁ କହି ବରିଷ୍ଠ ରାଜସ୍ବ ସହାୟକ ପେରେଇ ଲକ୍ଷ୍ମୀଧରଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏତେ ଟଙ୍କା ଦେଇପାରିବେ ନାହିଁ ବୋଲି ଯେତେ କାକୁତି ମିନତି କରିଥିଲେ ବି ସଂପୃକ୍ତ କିରାଣୀ କିଛି ଶୁଣିନଥିଲେ । ଶେଷରେ ସବୁ ପ୍ରକାର ନିରାଶ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ଲକ୍ଷ୍ମୀଧର । ପୂର୍ବ ଯୋଜନା ମୁତାବକ କାର୍ୟ୍ୟାଳୟରେ ପହଞ୍ଚି ସେ ୫ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ର ଅଧିକାରୀ ଓ କର୍ମଚାରୀ ମାନେ ତାଙ୍କୁ ମାଡ଼ି ବସିଥିଲେ ।

  • Related Posts

    ବ୍ରହ୍ମପୁରରେ ଏନକାଉଣ୍ଟର

    ବ୍ରହ୍ମପୁର : ବ୍ରହ୍ମପୁର କବିସୂର୍ୟ୍ୟନଗରର ପୁଲିସର ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ସୁନୀଲ ନାହକ ଆହତ ହୋଇ ଏମକେସିଜିରେ ଭର୍ତ୍ତି ହୋଇଛି। ସୂଚନା ଅନୁସାରେ ପୀତାତଳି-ଚିକିଟି ରାସ୍ତାରେ ଗୋଳନ୍ଥରା ପୁଲିସ ଏନକାଉଣ୍ଟର କରିଥିଲା। ସୁନୀଲ ନାହକ ପୁଲିସ ଉପରକୁ ଆକ୍ରମଣ କରିବାରୁ ପୁଲିସ…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’