ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଆଜି ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ କାର୍ୟ୍ୟକ୍ରମରେ ଯୋଗ ଦେବେ । ଏହାପରେ ଜୁଲାଇ ୧୫ ତାରିଖରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାପରେ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହାପରେ ରାଷ୍ଟ୍ରପତି କଟକ ତୁଳସୀପୁର ବିଜୁ ପଟ୍ଟନାୟକ ଛକ ସ୍ଥିତ ଶାରଳା ଭବନରେ ଆଦିକବି ଶାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଶାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ଶାରଳା ଦାସଙ୍କ ୬୦୦ତମ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସବୁ କାର୍ୟ୍ୟକ୍ରମ ପରେ ପୁଣି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

  • Garvita Odia

    Related Posts

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ସମ୍ୱଲପୁର: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଜଣେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସଂପର୍କ ରଖିବା ଓ ପରେ ପ୍ରତାଡ଼ନା କରିବା ଅଭିଯୋଗରେ ମହିଳା ପୁଲିସ ଦ୍ବାରା ଗିରଫ ସହକାରୀ ପ୍ରଫେସରଙ୍କୁ ସରକାର ନିଲମ୍ବିତ…

    ମହିଳା ହେଲପଲାଇନ ନଂ-୧୮୧

    ଭୁବନେଶ୍ୱର:: ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ…

    Leave a Reply

    Your email address will not be published. Required fields are marked *

    You Missed

    ଅଧ୍ୟାପକ ଗୋପୀକାନ୍ତ ସୁନା ନିଲମ୍ବିତ

    ଅଧ୍ୟାପକ ଗୋପୀକାନ୍ତ ସୁନା  ନିଲମ୍ବିତ

    ଆମକୁ ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ, ବିଜେପିକୁ ରଖନ୍ତୁ

    ଆମକୁ  ନ୍ୟୁଜର ହେଡ ଲାଇନରେ ରଖିବା ଦରକାର ନାହିଁ,  ବିଜେପିକୁ ରଖନ୍ତୁ

    ବିରୋଧୀଙ୍କ ଉପରେ ବର୍ଷିଲେ ଅପରାଜିତା

    ବିରୋଧୀଙ୍କ ଉପରେ ବର୍ଷିଲେ  ଅପରାଜିତା

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ଇନ୍ଦୋର ଦେଶର ସବୁଠାରୁ ସଫା ସହର

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ବନ୍ଦ କୋଠରୀରୁ ମିଳିଲା ଯୁବତୀ ଝୁଲନ୍ତା ମୃତଦେହ

    ମହିଳା ହେଲପଲାଇନ ନଂ-୧୮୧

    ମହିଳା ହେଲପଲାଇନ ନଂ-୧୮୧