ଭୋଟ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ । ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀ ବାଛିବାକୁ ଭୋଟ୍ ଦେଉଛି ଦିଲ୍ଲୀ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ବିଭିନ୍ନ ମତଦାନ କେନ୍ଦ୍ରରେ ବର୍ତ୍ତମାନ ଭୋଟିଂ ପ୍ରକ୍ରିୟା ଜାରି ରହିଛି । ଏହା ସନ୍ଧ୍ୟା ୬ଟା ଯାଏଁ ଜାରି ରହିବ । ମତଦାନ ପୂର୍ବରୁ ମକ୍ ପୋଲିଂ କରାଯାଇଥିଲା । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ, ଚଳିତବର୍ଷ ଦିଲ୍ଲୀରେ ୧ କୋଟି ୫୬ ଲକ୍ଷ ୧୪ ହଜାର ମତାଦାତା ରହିଛନ୍ତି । ସେମାନଙ୍କ ମଧ୍ୟରେ ୮୩,୭୬,୧୭୩ ଜଣ ପୁରୁଷ ଓ ୭୨,୩୬,୫୬୦ ଜଣ ମହିଳା ଭୋଟର ରହିଛନ୍ତି ।
ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ.ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟରେ ହୋଇଥିବା ବୁଥରେ ମତାଧିକାର ସାବ୍ୟସ୍ତ କରିଛନ୍ତି ।
କାଲକାଜୀ, ପଟପଡଗଞ୍ଜ, ଜଙ୍ଗପୁରା, ଓଖଲା, ବାବରପୁର, ଚାନ୍ଦନୀ ଚୌକ, ଗ୍ରେଟର କୈଳାସ, ବିଜୱାସନ, ମାଲବ୍ୟ ନଗର, ମଟିଆ ମହଲ, ନରେଲା ଇତ୍ୟାଦି ସ୍ଥାନଗୁଡ଼ିକ ଏବେ ବି ଲୋକପ୍ରିୟ । ଏହି ଆସନଗୁଡ଼ିକରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ବହୁ ହେଭିୱେଟ୍ । ତେଣୁ ସମସ୍ତଙ୍କ ନଜର ଏହି ଆସନଗୁଡ଼ିକ ଉପରେ ରହିଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭୋଟ୍ ଦେଇଛନ୍ତି । କେ କେ କାମରାଜ ଲେନର ଏକ ମତଦାନ କେନ୍ଦ୍ରରେ ସେ ନିଜର ମତ ସାବ୍ୟସ୍ତ କରିଛନ୍ତି । ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ ପତ୍ନୀ ସୁନୀତା ଦ୍ୱିବେଦୀ ଏକ ସେଲଫି ବୁଥରେ ଏକ ଫଟୋ କ୍ଲିକ୍ କରିଛନ୍ତି ।

  • Related Posts

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ନୂଆଦିଲ୍ଲୀ/ଭୁବନେଶ୍ୱର, ଅଗଷ୍ଟ ୧୨ – ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଆଜି ଓଡ଼ିଶା, ପଞ୍ଜାବ ଏବଂ ଆନ୍ଧ୍ରପ୍ରଦେଶରେ ୪୬୦୦ କୋଟି ଟଙ୍କା ବ୍ୟୟରେ ୪ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍‌କୁ ଅନୁମୋଦନ ମିଳିଛି, ଯାହାକୁ ସ୍ୱାଗତ କରିଛନ୍ତି…

    Continue reading
    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଭୁବନେଶ୍ୱର, ୧୨/୦୮: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକୁ ଉଚିତ ଭାବରେ କାର୍ଯ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

    ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ପଦବୀ ପୂରଣ ପାଇଁ ଗଠନ ହେବ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ

    ସ୍ୱଚ୍ଛ ଶକ୍ତି ଅଭିବୃଦ୍ଧିରେ ବ୍ୟାଟେରି ଶକ୍ତି ସଂରକ୍ଷଣ ବିପ୍ଳବ ଆଣିବ – ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ

    ତଟରେଖା ଠାରୁ ଆକାଶରେଖା ପର୍ଯ୍ୟନ୍ତ ଓଡ଼ିଶା ସାମୁଦ୍ରିକ ବୋର୍ଡ ଏକ ଅସୀମ ସାମୁଦ୍ରିକ ଭବିଷ୍ୟତ ଆଡ଼କୁ ଅଗ୍ରସର ହେଉଛି

    ନିର୍ଦ୍ଧାରିତ ସମୟ ମଧ୍ୟରେ ରାଜ୍ୟବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଣ ପାଇଁ ଉତ୍ତରଦାୟୀ ହେବେ ଅଧିକାରୀ ମନ୍ତ୍ରୀ

    ଜାତୀୟ ଆଇଟିଆଇ ଉନ୍ନତିକରଣ ଯୋଜନା ପାଇଁ ଉଚ୍ଚସ୍ତରୀୟ ପରାମର୍ଶଦାତା କର୍ମଶାଳାର ଆୟୋଜିତ