ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଭାଇ ମୃତ

ତୁରେକେଲା : ବାଇକ୍‌କୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍। ଚାଲିଗଲା ଦୁଇ ଭାଇଙ୍କ ଜୀବନ। ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଲର୍କୀ ଗାଁ ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମୃତକମାନେ ବେଲପଡ଼ା ଥାନା ଭାଲୁଖାଇ ଗାଁର ରାଜକୁମାର ରାଏ ଓ ଦିଲେସ ରାଏ ବୋଲି ଜଣାପଡିଛି। ତୁରେକେଲା ପୁଲିସ ୨ ମୃତଦେହ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଛି। ବେଲପଡ଼ା ଥାନା ଭାଲୁଖାଇ ଗାଁର ଦୁଇ ଭାଇ ରାଜକୁମାର ରାଏ ଓ ଦିଲେସ ରାଏ କୌଣସି କାମରେ ତୁରେକେଲା ଅଞ୍ଚଳକୁ ଆସିଥିଲେ। କାମ ସାରି ଫେରିବା ବାଟରେ ଲର୍କୀ ଗାଁ ନିକଟରେ ସେମାନଙ୍କୁ ଏକ ପିକଅପ୍ ଗାଡି ଧକ୍କା ଦେଇ ଫେରାର୍ ମାରିଥିଲା। ଘଟଣାସ୍ଥଳରେ ରାଜକୁମାରଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଦିଲେସଙ୍କୁ ତୁରେକେଲା ଡାକ୍ତରଖାନାକୁ ନେବା ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ତୁରେକେଲା ପୁଲିସ ୨ ମୃତଦେହ ଉଦ୍ଧାର କରି କଣ୍ଟାବାଞ୍ଜି ଡାକ୍ତରଖାନାକୁ ପଠାଇଛି। ୨ଭାଇଙ୍କ ମୃତ୍ୟୁ ପରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଦୁର୍ଘଟଣା ଘଟାଇଥିବା ପିକଅପ୍‌ ଗାଡିକୁ ଧରିବା ପାଇଁ ମୃତକଙ୍କ ପରିବାର ଲୋକେ ଦାବି କରିଛନ୍ତି।

  • Related Posts

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଭୁବନେଶ୍ବର,04/09: ଭୁବନେଶ୍ବର ଏବଂ କଟକ ସହର ମୁଖ୍ୟ ରାସ୍ତାଠାରୁ ଆରମ୍ଭ କରି ଗଳିକନ୍ଦି ରାସ୍ତା ଖରାପ ହୋଇ ଗଲାଣି। କେଉଁଠି ରାସ୍ତାରୁ ପିଚୁ ଉଠି ଗଲାଣି ତ ଆଉ କେଉଁଠି ବଡ଼ ଗର୍ତ୍ତ ସୃଷ୍ଟି ହୋଇଛି। ଲୋକମାନେ ଗମନାଗମନରେ ନାହିଁ ନଥିବା…

    Continue reading
    ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି

    ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋ​‌କେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର