ମର୍ମନ୍ତୁଦ ଦୁର୍ଘଟଣା: ୨ ସ୍କୁଟି ଆରୋହୀ ମୃତ

ବଡ଼ବିଲ : କେନ୍ଦୁଝର ଜିଲ୍ଲା ୫୨୦ ନମ୍ବର ଜାତୀୟ ରାଜପଥ ତଡୁଆବାହାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ସ୍କୁଟି ଆରୋହୀଙ୍କ ଜୀବନ । ବାକି ଜଣେ ଗୁରୁତର ହୋଇଛନ୍ତି । ଯାହାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ମଙ୍ଗଳବାର ଦିନ ଜାତୀୟ ରାଜପଥ ତଡୁଆବାହାଳ ନିକଟରେ ଦୁଇ ସ୍କୁଟି ଆରୋହୀଙ୍କ ଧକ୍କା ଦେଇଥିଲେ ଅଜଣା ଗାଡ଼ି । ଯାହାଫଳରେ ଦୁଇ ଜଣ ସ୍କୁଟି ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ଯୋଡ଼ା ଥାନା ବିଲେଇପଦା କାରଣସାହିର ନିରଞ୍ଜନ ମଲ୍ଲିକ ଓ ଦାମପୁର ଅଞ୍ଚଳ ସଚିନ ମହାକୁଡ଼ । ବାକି ଗୁରୁତର ଥିବା ବ୍ୟକ୍ତି ଜଣଙ୍କ କଣ୍ଡରା ଅଞ୍ଚଳ ମୁନା ମହାକୁଡ ବୋଲି ଜଣାପଡିଛି । ଗୁରୁତର ଅବସ୍ଥାରେ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି । ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

  • Related Posts

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar