ମିଳିବ ୪୦ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଯୁବବର୍ଗଙ୍କ ପାଇଁ ସରକାରୀ ଚାକିରିର ଏକ ବଡ଼ ସୁଯୋଗ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଚଳିତ ବର୍ଷ ରାଜ୍ୟ ସରକାର ଆଉ ୪୦ ହଜାର ସରକାରୀ ଚାକିରି ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ମାଝୀ ଘୋଷଣା କରିଛନ୍ତି। ଏକ୍ସ ପୋଷ୍ଟ ମାଧ୍ୟମରେ ଏହି ସୂଚନା ଦେଇ ସେ କହିଛନ୍ତି ଯେ, ତାଙ୍କ ସରକାର ପ୍ରଥମ ବର୍ଷରେ ୨୮ ହଜାର ଚାକିରି ପ୍ରଦାନ କରିସାରିଛନ୍ତି ଏବଂ ଦ୍ୱିତୀୟ ବର୍ଷରେ ୪୦ ହଜାର ନୂଆ ନିଯୁକ୍ତି ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ।ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜ୍ୟସ୍ତରୀୟ ସୁଶାସନ ଦିବସ ଅବସରରେ ଘୋଷଣା କରିଥିଲେ ଯେ, ଆଗାମୀ ଦୁଇ ବର୍ଷ ମଧ୍ୟରେ ୭୫ ହଜାର ସରକାରୀ ପଦବୀ ପୂରଣ କରାଯିବ। ସେ ଦାବି କରିଛନ୍ତି ଯେ, ପୂର୍ବତନ ସରକାରଙ୍କ ସମୟରେ ପ୍ରାୟ ଦେଢ଼ ଲକ୍ଷ ପଦବୀ ଖାଲି ରହିଥିଲା, ଯାହାକୁ ବର୍ତ୍ତମାନ ସରକାର ପୂରଣ କରିବା ପାଇଁ ଦ୍ରୁତ ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବଶୀଘ୍ର ୨୦ ହଜାର ଶିକ୍ଷକ ପଦବୀ ପୂରଣ କରାଯିବ ବୋଲି ମଧ୍ୟ ସେ ସୂଚନା ଦେଇଛନ୍ତି।ଏହି ଘୋଷଣା ରାଜ୍ୟର ଯୁବବର୍ଗଙ୍କ ମଧ୍ୟରେ ଆଶାର ସଞ୍ଚାର କରିଛି। ଶିକ୍ଷା, ସ୍ୱାସ୍ଥ୍ୟ, ପ୍ରଶାସନ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଏହି ନିଯୁକ୍ତି ପ୍ରକ୍ରିୟା ରାଜ୍ୟରେ ବେକାରୀ ସମସ୍ୟା ହ୍ରାସ କରିବା ସହ ସୁଶାସନକୁ ଆହୁରି ଦୃଢ଼ କରିବ ବୋଲି ଆଶା କରାଯାଉଛି।

  • Related Posts

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ଭୁବନେଶ୍ୱର: ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳ ବିବାଦ ମାମଲାରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହାର ମାମଲାର ଶୁଣାଣି ଆଜି ଟ୍ରିବୁ୍ୟନାଲରେ ହେବାକୁ ଥିବାବେଳେ ତାହା ଏବେ ଆସନ୍ତା ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଛି । ଉଭୟ…

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଭୁବନେଶ୍ୱର: ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏଣିକି ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ଅତିଥି ଶିକ୍ଷକଭାବେ ନିଯୁକ୍ତି ପ୍ରଦାନ କରାଯିବ । ତେବେ ଶହେ କି ଦୁଇ ଶହ ନୁହେଁ ରାଜ୍ୟରେ ଅବସର…

    Leave a Reply

    Your email address will not be published. Required fields are marked *

    You Missed

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମହାନଦୀ ଜଳବିବାଦ: ସେପ୍ଟେମ୍ବର ୬ରେ ଶୁଣାଣି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ମୁଖ୍ୟମନ୍ତ୍ରୀଙ୍କୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠି

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ୬୩୮୭ ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଓଡ଼ିଶାର ପ୍ରାୟ ୩୫ ଲକ୍ଷ  କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

    ଏନକାଉଣ୍ଟର, ଆତଙ୍କୀ ନିପାତ

    ଏନକାଉଣ୍ଟର, ଆତଙ୍କୀ ନିପାତ

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’

    ‘ସିନ୍ଦୂରର ପ୍ରତିଶୋଧ ପ୍ରତିଶ୍ରୁତି ପୂରଣ ହୋଇଛି’