ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

ନବରଙ୍ଗପୁର: ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କଲେ ଦୁର୍ବୃତ୍ତ। ଏଭଳି ଜଘନ୍ୟ ଘଟଣା ସାମ୍ନାକୁ ଆସିଛି ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ଅଞ୍ଚଳରୁ। ରବିବାର ଗାଁ ପାଖ ପଡ଼ିଆ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ସୂଚନା ଅନୁସାରେ, ଯୁବତୀ ଜଣକ ଶନିବାର ସନ୍ଧ୍ୟାରେ ଗାଁ ପାଖ ପଡ଼ିଆକୁ ଶୌଚ ପାଇଁ ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ନ ଥିଲେ। ପରିବାର ଲୋକେ ରାତିରେ ଖୋଜାଖୋଜି କରିଥିଲେ ହେଁ ଯୁବତୀଙ୍କ ସନ୍ଧାନ ମିଳି ନ ଥିଲା। ଯାହାଫଳରେ ସେମାନେ ଚିନ୍ତାରେ ପଡ଼ିଯାଇଥିଲେ। ସକାଳେ ପଡ଼ିଆ ନିକଟରେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଗାଁ ଲୋକେ ଦେଖିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍