ରାଗିଂ: ୧୦ ରେଭେନ୍ସା ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ପୁଣି ବିବାଦରେ ରେଭେନ୍ସା ବିଶ୍ୱବିଦ୍ୟାଳୟ । ରାଗିଂ ଅଭିଯୋଗ ଆସିବା ପରେ ୧୦ଜଣ ଛାତ୍ରଙ୍କୁ ତୁରନ୍ତ ହଷ୍ଟେଲ ଛାଡିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷ । ଆଣ୍ଟି ରାଗିଂ ସେଲର ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଇଷ୍ଟ ହଷ୍ଟେଲରେ ରହୁଥିବା ୟୁଜି ପ୍ରଥମ ବର୍ଷର ଛାତ୍ରଙ୍କୁ କିଛି ସିନିୟର ଛାତ୍ରମାନେ ରାଗିଂ କରିଥିବା ଅଭିଯୋଗ ହୋଇଥିଲା । ଅଭିଯୋଗକୁ ଭିତ୍ତି କରି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ରବିବାର ବିଳମ୍ବିତ ରାତିରେ ଖବର ପାଇଁ ହଷ୍ଟେଲରେ ପହଞ୍ଚିଥିଲେ କୁଳପତି, ୱାଡେନ ଏବଂ ଅନ୍ୟ ଅଧ୍ୟାପକ ।
ନିକଟରେ ୟୁଜି ପ୍ରଥମ ବର୍ଷ ଛାତ୍ରଛାତ୍ରୀମାନେ ନାମଲେଖା ହୋଇଥିବାରୁ ନୂଆ ଛାତ୍ରମାନେ କ୍ୟାମ୍ପସକୁ ଆସି ରହିଛନ୍ତି । ବାହାର ଜିଲାରୁ ଆସିଥିବା ଛାତ୍ରଛାତ୍ରୀମାନେ ବିଭିନ୍ନ ହଷ୍ଟେଲରେ ରହି ପାଠ ପଢୁଛନ୍ତି । ଇଷ୍ଟ ହଷ୍ଟେଲରେ ପ୍ରାୟ ୪୦ରୁ ଅଧିକ ୟୁଜି ଛାତ୍ର ମାନେ ହଷ୍ଟେଲରେ ରହିଥିବା ବେଳେ ପ୍ରଥମ ଦିନ ତୃତୀୟ ବର୍ଷର ଛାତ୍ରମାନେ ସେମାନଙ୍କୁ ପରିଚୟ ପ୍ରଦାନ କରିବା ଆଳରେ ରାଗିଂ କରିଥିବା ଅଭିଯୋଗ ହୋଇଛି ।

  • Garvita Odia

    Related Posts

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଭୁବନେଶ୍ୱର: ରାଷ୍ଟ୍ରୀୟ ଶୈକ୍ଷିକ ଅନୁସନ୍ଧାନ ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ଦ୍ୱାରା ପ୍ରସ୍ତୁତ ଅଷ୍ଟମ ଶ୍ରେଣୀ ସାମାଜିକ ବିଜ୍ଞାନ ପୁସ୍ତକରୁ ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି । ଆସନ୍ତା ସେପ୍‌ଟେମ୍ବର-ଅକ୍ଟୋବରରେ ପ୍ରକାଶିତ ହେବାକୁ ଥିବା ପାଠ୍ୟପୁସ୍ତକର ଦ୍ୱିତୀୟ ଖଣ୍ଡ (ସେକେଣ୍ଡ…

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ଭୁବନେଶ୍ୱର: କିଟ୍‌ ୟୁନିଭର୍ସିଟିରେ ଲଗାତାର 2 ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । କିଟ୍‌କୁ ଦାୟୀ କରିଛି ୟୁଜିସି । କିଟ୍‌ ବିଶ୍ବବିଦ୍ୟାଳୟ ଦ୍ବାରା କରାଯାଇଥିବା ଅବୈଧ ଓ ବେଆଇନ କାର୍ଯ୍ୟକଳାପକୁ ନେଇ ଆଙ୍ଗୁଳି ଉଠାଇଛି UGC ଫ୍ୟାକ୍ଟ ଫାଇଣ୍ଡିଂ ପ୍ୟାନେଲ୍…

    Leave a Reply

    Your email address will not be published. Required fields are marked *

    You Missed

    ‘ପାଇକ ବିଦ୍ରୋହ’ ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ‘ପାଇକ ବିଦ୍ରୋହ’  ବିଷୟକୁ ବାଦ୍‌ ଦିଆଯାଇନି:ଏନ୍‌ସିଇଆର୍‌ଟି

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡି ସାଂସଦ

    ପୁଅ ମାଡ଼ରେ ମାଆ ମୃତ

    ପୁଅ ମାଡ଼ରେ ମାଆ ମୃତ

    ହରିୟାଣାରେ ଭୂକମ୍ପ ଝଟକା

    ହରିୟାଣାରେ ଭୂକମ୍ପ ଝଟକା

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା, କିଟ୍‌କୁ ଦାୟୀ କଲା ୟୁଜିସି

    ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା,  କିଟ୍‌କୁ ଦାୟୀ କଲା ୟୁଜିସି

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

    ବିମାନ ଖସିପଡିବା ଘଟଣା, ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା