ଶାବଳରେ ପିଟି ପତ୍ନୀଙ୍କୁ ମାରିଲା ସ୍ୱାମୀ

କଟକ: କଟକ ଜିଲ୍ଲା ଚୌଦ୍ବାର ଥାନା ଅନ୍ତର୍ଗତ ଆମ୍ବିଲିଝରିରେ ଶାବଳରେ ପିଟି ପିଟି ୬୨ ବର୍ଷିୟ ପତ୍ନୀଙ୍କୁ ହତ୍ୟା କଲା ୭୨ ବର୍ଷିୟ ସ୍ୱାମୀ । ଘଟଣା ପରେ ୭୨ ବର୍ଷୀୟ ହତ୍ୟାକାରୀ ସୁବର୍ଣ୍ଣ କାଲାକୁ ଗିରଫ କରି ଶାବଳ ଜବତ କଲା ପୋଲିସ ।
ସୂଚନା ମୁତାବକ, ପରକୀୟା ପ୍ରୀତିକୁ ନେଇ ହତ୍ୟାକାଣ୍ଡ । ଆମ୍ୱିଲିଝରିରେ ୭୨ ବର୍ଷିୟ ସୁବର୍ଣ୍ଣ କାଲା ଏବଂ ତାଙ୍କ ପତ୍ନୀ ଏକାଠି ରହୁଥିଲେ । ହେଲେ ପରକୀୟା ପ୍ରୀତିକୁ ନେଇ ହତ୍ୟାକାରୀ ସାଜିଲା ସ୍ୱାମୀ । ଶାବଳରେ ପିଟି ପିଟି ୬୨ ବର୍ଷିୟ ବୃଦ୍ଧଙ୍କୁ ହତ୍ୟା କଲା ସୁବର୍ଣ୍ଣ କାଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଏସ୍‌ସିବିରେ ଭର୍ତ୍ତି କରିଛି ଚୌଦ୍ବାର ଥାନା ପୋଲିସ । ଏହା ସହ ହତ୍ୟାରେ ବ୍ୟବହୃତ ହୋଇଥିବା ଶାବଳ ଜବତ କରି ଅଭିଯୁକ୍ତ ସୁବର୍ଣ୍ଣ କାଲାକୁ ଗିରଫ କରିଛି ପୋଲିସ ।ଘଟଣା ସ୍ଥଳରେ ପୋଲିସ ଏବଂ ଏକ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାର ତଦନ୍ତ ଚଳାଇଛି ।

  • Related Posts

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ କାଠିଆପଡ଼ା ଗ୍ରାମର କଲେଜ ଛାତ୍ରୀ ଜଳିଯିବା ମାମଲାରେ ବଡ଼ ଅପ୍‌ଡେଟ୍। ଅଭିଯୁକ୍ତ ପ୍ରେମିକ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୁଲିସ। ତାଙ୍କ ମୋବାଇଲ ଜବତ ହୋଇଥିବା ବେଳେ ବହୁ ଗୁରୁତ୍ବପୂର୍ଣ୍ଣ ସୁରାକ ମିଳିଛି। ସବୁ…

    ଯୁବତୀଙ୍କୁ ଉଠାଇ ନେଲେ

    ଉଦଳା: ବାପା-ମା’ଙ୍କ ସହିତ ବଜାର ଯାଇଥିଲେ ଯୁବତୀ । ଦୋକାନ ବାହାରେ ଆସି ଛିଡା ହୋଇଥିବା ବେଳେ ଅଚାନକ ୪ ଜଣ ଯୁବକ ମାସ୍କ ପିନ୍ଧି ବାଇକରେ ଆସି ଯୁବତୀଙ୍କୁ ଉଠାଇ ନେଲେ । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା…

    Leave a Reply

    Your email address will not be published. Required fields are marked *

    You Missed

    ନିଆଁ ଲାଗି ମହିଳା ମୃତ

    ନିଆଁ ଲାଗି ମହିଳା ମୃତ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ପଟ୍ଟାମୁଣ୍ଡାଇ ଘଟଣା, ବୟଫ୍ରେଣ୍ଡ ଗିରଫ

    ଯୁବତୀଙ୍କୁ ଉଠାଇ ନେଲେ

    ଯୁବତୀଙ୍କୁ ଉଠାଇ ନେଲେ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ଡ.ମୋହନ ଭାଗବତଙ୍କ ୩ ଦିନିଆ ଓଡିଶା ଗସ୍ତ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ବିଷ ପିଇ ଦେଲେ ସ୍ବାମୀ-ସ୍ତ୍ରୀ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ; ଥର୍ କାର ଜବତ

    ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ;  ଥର୍ କାର ଜବତ