ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି । ଏହା ଜାଣିବା ବି କଷ୍ଟ, କେବଳ ଫଟୋ ଉଠାଇବା ବେଳେ ଜାଣି ହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ସେନେଇ ବିଚାର କରାଯାଉଛି । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ।

ପ୍ରକାଶ ଯେ ମଙ୍ଗଳବାର ସକାଳୁ ପଶ୍ଚିମ ଦ୍ୱାର ନିକଟରୁ ଧରାପଡିଛି ହିଡେନ୍‍ କ୍ୟାମେରା । ଚଷମାରେ ହିଡେନ୍‍ କ୍ୟାମେରା ଲଗାଇ ପ୍ରବେଶ କରିଥିଲେ ପଶ୍ଚିମବଙ୍ଗର ଜଣେ ଯୁବକ । ସଂପୃକ୍ତ ଯୁବକଙ୍କୁ ସିଂହଦ୍ୱାର ଥାନା ପୁଲିସ ଅଟକାଇ ମୋବାଇଲ ଜବତ କରି ଯାଞ୍ଚ କରୁଛି । ଗତକାଲି ଗୁଜୁରାଟର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ୟ୍ୟ ପାଇଁ ଧରାପଡିଥିଲେ ।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ଭୁବନେଶ୍ୱର: ଏଣିକି ହଷ୍ଟେଲ୍‌ରେ ରହୁଥିବା ଛାତ୍ରଛାତ୍ରୀଙ୍କୁ ଡିଜିଟାଲ୍‌ ସ୍ୱାସ୍ଥ୍ୟକାର୍ଡ ପ୍ରଦାନ କରାଯିବ । ଏହି କାର୍ଡରେ ପିଲାଟିର ସ୍ୱାସ୍ଥ୍ୟ ସଂପର୍କିତ ସମସ୍ତ ତଥ୍ୟ ରେକର୍ଡ କରାଯିବ । ଏହାକୁ ଆଧାର କରି ତାର ଚିକିତ୍ସା କରାଯିବ । ଏପରି ସୂଚନା ଦେଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍