ସମ୍ବିଧାନରୁ ସାମଜବାଦୀ ଓ ଧର୍ମ ନିରପେକ୍ଷ ଶବ୍ଦ ହଟିବନି: ସୁପ୍ରିମ କୋର୍ଟ

ସମ୍ବିଧାନର ପ୍ରସ୍ତାବନାରୁ ‘ସମାଜବାଦୀ’ ଓ ‘ଧର୍ମନିରପେକ୍ଷ’ ଶବ୍ଦ ହଟାଇବା ପାଇଁ ହୋଇଥିବା ଆବେଦନକୁ ଆଜି ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ଓ ଜଷ୍ଟିସ ପିଭି ସଂଜୟ କୁମାରଙ୍କୁ ନେଇ ଗଠତ ଖଣ୍ଡପୀଠ ଏହି ଆବେଦନର ଶୁଣାଣି କରି ଏହାକୁ ଖାରଜ କରିଦେଇଛନ୍ତି।
ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ଵାଧୀନ କଂଗ୍ରେସ ସରକାର ସମୟରେ ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏଥିରେ ‘ସମାଜବାଦୀ’, ‘ଧର୍ମନିରପେକ୍ଷ’ ଓ ‘ଅଖଣ୍ଡତା’ ଶବ୍ଦକୁ ଯୋଡ଼ାଯାଇଥିଲା। ହେଲେ ‘ସମାଜବାଦୀ’ ଓ ‘ଧର୍ମନିରପେକ୍ଷ’ ଶବ୍ଦ ହଟାଇବାକୁ ନିକଟରେ ସୁପ୍ରିମକୋର୍ଟରେ ପିଟିସନ ଦାଖଲ କରିଥିଲେ ବିଜେପିର ପୂର୍ବତନ ରାଜ୍ୟସଭା ସାଂସଦ ସୁବ୍ରମଣ୍ୟନ ସ୍ଵାମୀ, ସମାଜ ସେବୀ ବଳରାମ ସିଂହ ଓ ଆଇନଜୀବୀ ଅଶ୍ଵିନୀ ଉପାଧ୍ୟାୟ। ଶୁକ୍ରବାର ଏହି ମାମଲା ଉପରେ ରାୟ ସଂରକ୍ଷିତ ରଖିଥିଲେ ସୁପ୍ରିମକୋର୍ଟ। ହେଲେ ଆଜି ଏହି ପିଟିସନ ଗୁଡ଼ିକୁ ଖାରଜ କରି ଏତେ ବର୍ଷ ପରେ କାହିଁକି ଏହି ମାମଲାକୁ ଗୁରୁତ୍ଵ ଦେବାକୁ ଚେଷ୍ଟା କରାଯାଉଛି ବୋଲି ପ୍ରଧାନ ବିଚାରପତି ଜଷ୍ଟିସ ସଂଜୀବ ଖାନ୍ନା ପ୍ରଶ୍ନ କରିଛନ୍ତି।
ଏହି ପିଟିସନ ଗୁଡ଼ିକୁ ଖାରଜ କରି ଖଣ୍ଡପୀଠ କହିଛନ୍ତି ଯେ ଏହି ପିଟିସନ ଉପରେ ବିସ୍ତାର ଭାବେ ଶୁଣାଣି କରିବାର ଆବଶ୍ୟକତା ନାହିଁ। ସମାଜବାଦ ଓ ଧର୍ମନିରପେକ୍ଷ ଭଳି ଶବ୍ଦ ୧୯୭୬ ମସିହାରେ ସମ୍ବିଧାନ ସଂଶୋଧନ ଜରିଆରେ ଏଥିରେ ଯୋଡ଼ା ଯାଇଥିଲା। ଏହା ୧୯୪୯ରେ ନିର୍ଦ୍ଧାରଣ ହୋଇଥିବା ସମ୍ବିଧାନ ଉପରେ କୌଣସି ପ୍ରଭାବ ପକାଉନାହିଁ। ତେବେ ସଂବିଧାନର ଅନୁଚ୍ଛେଦ ୩୬୮ ଏଥିରେ ସଂଶୋଧନ କରିବା ପାଇଁ ସଂସଦକୁ ଅନୁମତି ଦେଉଛି ବୋଲି କହିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଖାନ୍ନା।

  • Related Posts

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ଭୁବନେଶ୍ଵର, ୦୮ / ୦୮: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ । ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ…

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର,୦୮/୦୮ (ଗର୍ବିିତ ଓଡିଆ ବ୍ୟୁରୋ):ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର…

    Leave a Reply

    Your email address will not be published. Required fields are marked *

    You Missed

    ଏସିଆର ଦୀର୍ଘତମ ମାଲଗାଡି ‘ରୁଦ୍ରାସ୍ତ୍ର’ ର ଟ୍ରାଏଲ ରନ୍‌ ସଫଳ

    ଅଗଷ୍ଟ ୨୫ରୁ ୩୦ ପର୍ଯ୍ୟନ୍ତ ଏକ ସପ୍ତାହ ଧରି ପାଳନ ହେବ ସ୍ବାୟତ୍ତ ଶାସନ ଦିବସ

    ଉତ୍ତରପ୍ରଦେଶ ବିଧାନସଭାରେ ପ୍ରବେଶ କଲା ଏଆଇ

    ଦିଲ୍ଲୀରେ ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ୭ମୃତ

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ