ସୁଜାତାଙ୍କ ଛୁଟି ଆବେଦନକୁ ଖାରଜ କଲେ ମୋହନ ସରକାର, ୬ମାସ ମାଗିଥିଲେ ଛୁଟି

ବିଜେଡିର ଅଘୋଷିତ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ଆଇଏଏସ୍‌ ସୁଜାତା କାର୍ତ୍ତିକେୟନ ରାଉତଙ୍କୁ ଶକ୍ତ ଝଟକା । ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିବା ସୁଜାତା ପୁଣିଥରେ ନିଜର ଛୁଟିକୁ ଆଉ ୬ମାସ ବୃଦ୍ଧି ପାଇଁ କରିଥିବା ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି। ଏହାସହିତ ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୨୭ରୁ ଚାକିରିରେ ଯୋଗ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ନିଜ ସନ୍ତାନର ଯତ୍ନ ନେବା ଦର୍ଶାଇ ସୁଜାତା ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ଛୁଟି ମାଗିଥିଲେ,ଯାହାକୁ ତତକାଳୀନ ମୁଖ୍ୟ ସଚିବ ଅନୁମୋଦନ କରିଥିଲେ।

ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି । ସୁଜାତା ନଭେମ୍ବର ୨୭ରୁ ଆଉ ୬ମାସ ପାଇଁ ଛୁଟିରେ ଯିବାକୁ ଗତ ନଭେମ୍ବର ୪ତାରିଖରେ ମୁଖ୍ୟ ସଚିବଙ୍କୁ ଲିଖିତ ଅନୁରୋଧ କରିଥିଲେ । ତାଙ୍କୁ ଅଧିକ ଛୁଟି ଦେବା ପାଇଁ ସରକାର ରାଜି ନଥିବା ନେଇ ସୁଜାତାଙ୍କୁ ଲିଖିତ ଭାବେ ଶ୍ରୀ ମହାନ୍ତି ସ୍ପଷ୍ଟ କରିବା ସହ ନଭେମ୍ବର ୨୭ରୁ କାର୍ଯ୍ୟରେ ଯୋଗ ଦେବାକୁ କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ନବୀନ ପଟ୍ଟନାୟକ ସରକାରରେ ବିଜେଡିର ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଅଖଣ୍ଡ ପ୍ରଭାବର ଅଧିକାରିଣୀ ଥିଲେ । ତେବେ ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ସୁଜାତା ଛୁଟିରେ ପଳାଇଥିବା ନେଇ ୨୦୨୪ ଜୁନ୍ ୬ ତାରିଖରେ ସାଧାରଣ ପ୍ରଶାସନ ବିଭାଗର ଚିଠିରୁ ଜଣାପଡ଼ିଥିଲା । ସୁଜାତାଙ୍କୁ ପିଛିଲା ଭାବେ ମେ’ ୩୧ତାରିଖରୁ ନଭେମ୍ବର ୨୬ତାରିଖ ପର୍ଯ୍ୟନ୍ତ ୧୮୦ ଦିନର ଛୁଟି(ସନ୍ତାନର ଯତ୍ନ ପାଇଁ) ଅନୁମତି ଦିଆଯାଇଥିଲା । ଏହି ଛୁଟି ଅବଧି ମଧ୍ୟରେ ସୁଜାତାଙ୍କୁ ସମ୍ପୂର୍ଣ୍ଣ ଦରମା ମଧ୍ୟ ମିଳୁଥିଲା । ସର୍ବଭାରତୀୟ ସେବା ରୁଲସ-୧୯୫୫ର ରୁଲ-୧୮(ଘ)ରେ ଥିବା ପ୍ରାବଧାନ ଆଧାରରେ ସେ ତାଙ୍କ ଝିଅର ଦଶମ ପରୀକ୍ଷା ପାଇଁ ରାଜ୍ୟ ସରକାରଙ୍କୁ ଛୁଟି ଆବେଦନ କରିଥିଲେ । ଯାହାକୁ ତତକାଳୀନ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଅନୁମୋଦନ କରିଥିଲେ । ସାଧାରଣ ନିର୍ବାଚନବେଳେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗରେ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶରେ ସୁଜାତାଙ୍କୁ ମିଶନ ଶକ୍ତି ସଚିବ ପଦରୁ ହଟାଇ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଥିଲା ।

ସୁଜାତା ଆସନ୍ତାକାଲି ତାଙ୍କ କାର୍ଯ୍ୟରେ ଯୋଗ ଦେଉଛନ୍ତି କି ନାହିଁ ତାକୁ ନେଇ ବିଜେଡି ନେତାମାନଙ୍କ ସମେତ ଗଣମାଧ୍ୟମ ଓ ପ୍ରଶାସନିକ କଳରେ ଚର୍ଚ୍ଚା ଜୋର ଧରିଛି

Related Posts

ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ଗୋଟିଏ ରିଲ୍ସ ୧.୯ ବିଲିୟନ ଭ୍ୟୁ ଅତିକ୍ରମ କରିଛି, ଯାହାକି ବିଶ୍ୱରେ ସର୍ବାଧିକ ଦେଖାଯାଇଥିବା ରିଲ୍ସ ହୋଇଛି । ଏହି ରିଲରେ ଦୀପିକା ପାଦୁକୋନ୍‍ ଏକ ହୋଟେଲର ପ୍ରମୋସନ କରୁଥିବା ଦେଖାଯାଇଛି । ଏହି ପ୍ରମୋସନାଲ୍‍…

୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍

ସେମିଳିଗୁଡ଼ା/କୋରାପୁଟ: କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ରମେଶ ବେହେରା ନାମକ ଜଣେ ଶିକ୍ଷକଙ୍କ ୨୦୧୯ରେ ମୃତ୍ୟୁ ଘଟିଥିଲା। ଗୋଷ୍ଠୀ ଶିକ୍ଷା ବିଭାଗ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣି ସନ୍ଦୀପ କୁମାର ତ୍ରିପାଠୀ ଆରଏସିପି, ଏମଏସିପି, ବର୍ଦ୍ଧିତ ଦରମା ଓ ବକେୟା ପ୍ରାପ୍ୟ…

Leave a Reply

Your email address will not be published. Required fields are marked *

You Missed

ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

ଧାରଣାରେ ୫୫ ଆଦିବାସୀ ପରିବାର

ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍