ସୋଆ ପକ୍ଷରୁ ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗର ମହାନିଦେ୍ର୍ଧଶକ ଡକ୍ଟର ମୃତୁ୍ୟଞ୍ଜୟ ମହାପାତ୍ରଙ୍କୁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି । ନିକଟରେ ଡକ୍ଟର ମହାପାତ୍ରଙ୍କୁ ବିପର୍ଯ୍ୟୟ ବିପଦ ହ୍ରାସ କ୍ଷେତ୍ରରେ ଅବଦାନ ନିମନ୍ତେ ସମ୍ମାନଜନକ ଜାତିସଂଘ ସାସାକାୱା ସମ୍ମାନରେ ସମ୍ମାନିତ କରାଯିବା ପରିପ୍ରେକ୍ଷୀରେ ସୋଆ ପକ୍ଷରୁ ତାଙ୍କୁ ଏହି ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି ।
ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ମହାପାତ୍ରଙ୍କୁ ସମ୍ବର୍ଦ୍ଧିତ କରିଥିବା ବେଳେ ଏହି କାର୍ଯ୍ୟକ୍ରମରେ ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧିକାରୀ, ପ୍ରାଧ୍ୟାପକ ଓ ଗବେଷକମାନେ ଉପସ୍ଥିତ ଥିଲେ । ସୋଆର ପ୍ରଫେସର ଏମିରଟସ ପ୍ରଫେସର ଉମା ଚରଣ ମହାନ୍ତି, ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ନିଦେ୍ର୍ଧଶିକା ଶ୍ରୀମତି ମନୋରମା ମହାନ୍ତି, ସୋଆ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ନିଦେ୍ର୍ଧଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଇନ୍ଷ୍ଟିୁଚ୍ୟଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସେଂଟର ଫର କ୍ୱାଂଟମ ସାଇନ୍ସ ଆଣ୍ଡ ଟେକ୍ନୋଲଜିର ନିଦେ୍ର୍ଧଶକ ପ୍ରଫେସର ପ୍ରଶାନ୍ତ ପାଣିଗ୍ରାହୀ, ପାଣିପାଗ ଓ ଜଳବାୟୁ କେନ୍ଦ୍ରର ନି୍େର୍ଦ୍ଧଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ଏବଂ ଆଡିସ୍ନାଲ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର, ପ୍ରଫେସର ରେଣୁ ଶର୍ମା ଏହି ଅବସରରେ ଉପସ୍ଥିତ ଥିଲେ ।
ସେହିପରି ଗତ ଶନିବାର ଦିନ ଡକ୍ଟର ମହାପାତ୍ରଙ୍କୁୁ ଭାରତୀୟ ପାଣିପାଗ ସମାଜ ଏବଂ ସାଇନ୍ସ ଫର କମନ୍ ପିପୁଲ ସୋସାଇଟି (ସ୍କୋପ୍ସ) ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।
ସମ୍ମାନିତ ହେବା ଅବସରରେ ଡକ୍ଟର ମହାପାତ୍ର କହିଥିଲେ ଯେ ବର୍ତମାନ ସମୟରେ ସ୍କୋପ୍ସ ଭଳି ଅନୁଷ୍ଠାନଗୁଡ଼ିକର ଅନେକ ଆବଶ୍ୟକତା ରହିଛି ।

Related Posts

ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୬ ଓ ୭ ତାରିଖରେ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ୬ରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବ । ଉତ୍ତର ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା…

‘ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ନେଇ ସରକାରଙ୍କୁ ଦିଆଯିବା ପ୍ରସ୍ତାବ’

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବୃଦ୍ଧି ପାଇଁ ଶ୍ରୀମନ୍ଦିର ପ୍ରଚଳିତ ଆଇନ ବ୍ୟବସ୍ଥାରେ ହେବ ପରିବର୍ତ୍ତନ । ଶ୍ରୀମନ୍ଦିର ଆଇନରେ ସଂଶୋଧନ ନେଇ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯିବାକୁ ଉଚ୍ଚ ସ୍ତରୀୟ ପ୍ରଶାସନିକ ବୈଠକରେ ନିଷ୍ପତ୍ତି। ଶ୍ରୀମନ୍ଦିରରୁ ସ୍ପାଏ କ୍ୟାମେରା ବାରମ୍ବାର ଜବତ…

Leave a Reply

Your email address will not be published. Required fields are marked *

You Missed

ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

ପାଞ୍ଚ ଦଳକୁ ନେଇ ମେଣ୍ଟ ଘୋଷଣା କଲେ ତେଜ ପ୍ରତାପ ଯାଦବ

୫.୫%ରେ ରେପୋ ଅପରିବର୍ତ୍ତିତ

୫.୫%ରେ ରେପୋ ଅପରିବର୍ତ୍ତିତ

ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

ପ୍ରବଳ ବର୍ଷା ସମ୍ଭାବନା,ୟେଲୋ ଓ୍ୱାର୍ଣ୍ଣିଂ ଜାରି

ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

ବେଆଇନ୍‌ ଭାବେ ଗୋରୁ ଚାଲାଣ ବେଳେ ଉଦ୍ଧାର

ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

ନୂଆ ମୋଡ଼ ନେବାରେ ଲାଗିଛି ଆତ୍ମାହୁତି ଘଟଣା

ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍

ଭିଜିଲାନ୍ସ ପଞ୍ଝାରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍