ୟୁପିରୁ ଆସୁଛି ୩୦୦ ଟ୍ରକ ଆଳୁ

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍ ଆଳୁ। ଆସନ୍ତାକାଲି ସୁଦ୍ଧା ଉତ୍ତର ପ୍ରଦେଶରୁ ଆସୁଥିବା ଆଳୁ ଓଡ଼ିଶାରେ ପହଞ୍ଚିବ। ଫଳରେ ରାଜ୍ୟରେ ଆଉ ଆଳୁ ସଙ୍କଟ ରହିବନି। ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏହା ସହିତ ସେ ଅସାଧୁ ବ୍ୟବସାୟୀଙ୍କୁ ଚେତାବନୀ ମଧ୍ୟ ଦେଇଛନ୍ତି।
ସେ କହିଛନ୍ତି, ଏବେ ଆଳୁ କିଲୋ ୩୫ ଟଙ୍କାରେ ବିକ୍ରି ହେଉଛି। କେଉଁଠି କେଉଁଠି ଅତି ବେଶୀରେ ୪୦ ଟଙ୍କାରେ ବିକ୍ରି ହେଉଛି। ଏନଫୋର୍ସମେଣ୍ଟ ଟିମ୍ ଗଠନ କରାଯାଇଛି। ଯଦି କୌଣସି ବ୍ୟବସାୟୀ ଅଧିକ ଦରରେ ଆଳୁ ବିକ୍ରି କରିବେ, ତା’ହେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ମଙ୍ଗଳବାରଠୁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀମାନେ ଆନ୍ଦୋଳନ ଡାକରା ଦେଇଥିବା ବେଳେ ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରେ ବର୍ତ୍ତମାନ ୭ ଲକ୍ଷ ମେଟ୍ରିକ ଟନ୍ ଆଳୁ ଗଚ୍ଛିତ ଅଛି। ତାଙ୍କର ଚାହିଦା ଅତି ବେଶୀରେ ୫ ଲକ୍ଷ ମେଟ୍ରିକ ଟନ୍। ତେଣୁ ବାକି ୨ ଲକ୍ଷ ମେଟ୍ରିକ ଟନ୍ ଆଳୁ ସେମାନେ ଅନ୍ୟ ରାଜ୍ୟକୁ ଦେଇପାରିବେ। ପଶ୍ଚିମବଙ୍ଗ ବ୍ୟବସାୟୀମାନେ ଓଡ଼ିଶାକୁ ଆଳୁ ପଠାଇବା ପାଇଁ ଚାହୁଁଛନ୍ତି। କାରଣ ବେଶୀ ଦିନ ଆଳୁ ରହିଲେ ପଚିଯିବ। କିନ୍ତୁ ପଶ୍ଚିମବଙ୍ଗ ସରକାର ଅନୁମତି ଦେଉ ନଥିବାରୁ ବ୍ୟବସାୟୀ କ୍ଷତି ସହିବେ। ସେଥିପାଇଁ ପଶ୍ଚିମବଙ୍ଗର ଆଳୁ ବ୍ୟବସାୟୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ସେ ଆହୁରି କହିଛନ୍ତି, ଭାରତ ଏକ ଗଣତାନ୍ତ୍ରିକ ରାଷ୍ଟ୍ର। ଯେଉଁ ରାଜ୍ୟରେ ଯେଉଁ ସାମଗ୍ରୀ ଅଧିକ ଉତ୍ପାଦନ ହୁଏ, ସେ ରାଜ୍ୟ ଅନ୍ୟ ରାଜ୍ୟକୁ ରପ୍ତାନୀ କରେ। ହେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତି ଦ୍ଵାରା ଏହି ଭଲ ବାତାବରଣ ଉପରେ ଭଟ୍ଟା ପଡୁଛି । ଅନ୍ୟ ରାଜ୍ୟକୁ ଆଳୁ ଦେବେନି ବୋଲି ସେ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହା ଠିକ୍ ନୁହେଁ। ମମତା ସବୁ ରାଜ୍ୟ ପ୍ରତି ସମଭାବନା ରଖିବା ଦରକାର।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !