୧୫ ଜିଲ୍ଲାରେ ଆଜି ପ୍ରବଳ ବର୍ଷା!

ଭୁବନେଶ୍ୱର, : ରାଜ୍ୟର ଅନେକ ସ୍ଥାନରେ ବୁଧବାର ବର୍ଷା ସମ୍ଭାବନା ଅଛି। ୧୫ଟି ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି । ଗୁରୁବାରରୁ ୧୨ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ବର୍ଷା ପରିମାଣ କମ୍‌ ରହିବ । ୧୩ରୁ ପୁଣି ବର୍ଷା ବଢ଼ିବା ନେଇ ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ବୁଧବାର କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, ଅନୁଗୁଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଓ କୋରାପୁଟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳରେ ଘଡ଼ଘଡ଼ି ଓ ପବନ ଆଶଙ୍କା ରହିଛି । ୧୦ ଓ ୧୧ ତାରିଖରେ ବିଶେଷ ବର୍ଷା ସମ୍ଭାବନା ନାହିଁ । ଅଳ୍ପ କିଛି ସ୍ଥାନରେ ବର୍ଷା ହୋଇପାରେ । ୧୨ରେ ଅନେକ ସ୍ଥାନରେ ବର୍ଷା ହୋଇପାରେ, ମାତ୍ର ବଡ଼ ବର୍ଷା ସମ୍ଭାବନା କମ୍‌ । ୧୩ରୁ ପୁଣି ବର୍ଷା ପରିମାଣ ବଢ଼ିପାରେ । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

  • Related Posts

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଭୁବନେଶ୍ୱର: ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ୍ ଡିଭିଜନ ଅଧୀନରେ କଟକ ରେଳ ଷ୍ଟେସନରେ ଏୟାର କନକୋର୍ସ ଗ୍ରୀଡ୍ ନିର୍ମାଣ, ଗ୍ରାନାଇଟ୍ ଫ୍ଲୋରିଂ ଏବଂ ପ୍ରିକାଷ୍ଟ କପିଂ ବ୍ଲକ୍ ସହିତ ପ୍ଲାଟଫର୍ମ ପୃଷ୍ଠର ନବୀକରଣ, ପ୍ଲାଟଫର୍ମ ଆଶ୍ରୟସ୍ଥଳ, ଏୟାର କନକୋର୍ସ ପାଇଁ…

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    କୋରାପୁଟ: ଜୟପୁରରେ ସୁଭଦ୍ରା ତୃତୀୟ କିସ୍ତି ବଣ୍ଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗକୁ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ହେବାକୁ ଯାଉଛି । ଏନେଇ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ଓଡ଼ିଶାରେ ବି ଚାଲିଛି ଭୋଟ ଚୋରିର ସରକାର :ପିସିସି ସଭାପତି

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    ୨୦ପରେ ନିଗମ, ବୋର୍ଡ ଏବଂ କମିଟି ଘୋଷଣା ହୋଇପାରେ: ମନମୋହନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    କଟକ ଷ୍ଟେସନ ପୁନଃବିକାଶ କାର୍ଯ୍ୟ: ଟ୍ରେନଗୁଡ଼ିକର ଅସ୍ଥାୟୀ ପରିବର୍ତ୍ତନ

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଲେକାର୍ପିତ ହେଲା “ବ୍ରେନସ୍ ଆଇକନିକ୍ ଟ୍ରଷ୍ଟ”

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଖୁବଶୀଘ୍ର ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ -ମୁଖ୍ୟମନ୍ତ୍ରୀ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ

    ଅପରେସନ୍ ସିନ୍ଦୂର: ପାକିସ୍ତାନର ୫ଟି ଯୁଦ୍ଧ ବିମାନ ଧ୍ବଂସ