୨୭ରେ ଲଘୁଚାପ ସୃଷ୍ଟିର ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୭ ତାରିଖରେ ରାଜ୍ୟରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ ଓ ବାଲାଂଦେଶ ଉପକୂଳରେ ଏହି ଲଘୁଚାପ ସୃଷ୍ଟିର ସମ୍ଭାବନା ଅଛି । ଏହା ପ୍ରଭାବରେ ୨୬ରୁ ୨ ତାରିଖ ଯାଏ ଓଡ଼ିଶାର ବିସ୍ତୃତ ଅଞ୍ଚଳରେ ଅଧିକ ବର୍ଷା ସମ୍ଭାବନା ଅଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ବିସ୍ତାରିତ ଆକଳନ କରି ଏହି ସୂଚନା ଜାରି କରିଛି ।
ଆଇଏମ୍‌ଡି ପୂର୍ବାନୁମାନ କହୁଛି, ଦେଶର ଉତ୍ତର ପୂର୍ବ, ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ଦୁଇ ଦିନରେ ଦୁର୍ବଳ ହୋଇଯିବ । ତେବେ ୧୯ରୁ ୨୨ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୨୫ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିପାରେ । ୨୬ ତାରିଖ ସୁଦ୍ଧା ମୌସୁମୀ ଦେଶର ସବୁ ସ୍ଥାନକୁ ଅଗ୍ରସର ହୋଇଯିବ ବୋଲି ବିସ୍ତାରିତ ଆକଳନରେ କୁହାଯାଇଛି ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ୨୦ ତାରିଖରେ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ହୋଇପାରେ । ୨୧ ଓ ୨୨ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଅଧିକ ବର୍ଷା ସମ୍ଭାବନା ଅଛି ।

  • Garvita Odia

    Related Posts

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ।…

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ଭୁବନେଶ୍ୱର: ରାଜ୍ୟରେ ବିଜେପି ସରକାର ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ୱର ଆୟୋଜିତ ବିଶାଳ ଜନସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜନତା ମଇଦାନର ଭବ୍ୟ ସମାରୋହରେ ପ୍ରଧାନମନ୍ତ୍ରୀ ମୋଦୀ କଂଗ୍ରେସକୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, କଂଗ୍ରେସ…

    Leave a Reply

    Your email address will not be published. Required fields are marked *

    You Missed

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    ଜଗନ୍ନାଥଙ୍କ ପାଇଁ ଟ୍ରମ୍ପଙ୍କୁ ମନା କଲି: ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    କଂଗ୍ରେସ ମଡେଲରେ ସୁଶାସନ ନଥିଲା:ମୋଦୀ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ‘ଭିଜନ ଡକ୍ୟୁମେଣ୍ଟ’ ପୁସ୍ତକ ଉନ୍ମୋଚନ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ଭାରତର ପେଟ୍ରୋ କେମିକାଲ୍ସ ହବ୍‌ ହେବ ଓଡ଼ିଶା: ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ‘ଜୟ ଜଗନ୍ନାଥ’ରୁ ଭାଷଣ ଆରମ୍ଭ କଲେ ମୋଦୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ

    ମୋଦୀଙ୍କ ହାତରେ ଦେଶ ସୁରକ୍ଷିତ: ମୁଖ୍ୟମନ୍ତ୍ରୀ