ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍‌

ବାଲିଗୁଡ଼ା : କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍‌ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ରାୟ ପ୍ରକାଶ ପରେ ନାୟକଙ୍କୁ ଜେଲ୍‌କୁ ପଠାଯାଇଛି। ସୂଚନାଯୋଗ୍ୟ, ପ୍ରଧାନଶିକ୍ଷକ ନାୟକ ବିଦ୍ୟାଳୟ ଗୃହ ନିର୍ମାଣ ନିମନ୍ତେ ଆସିଥିବା ଅନୁଦାନ ଅର୍ଥ ଘର ନ କରି ସିଧାସଳଖ ଚଳୁ କରି ଦେଇଥିବା ଖବର ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସ ପକ୍ଷରୁ ତଦନ୍ତ କରାଯାଇ ଏକ ମାମଲା ରୁଜୁ କରାଯାଇ ଶୁକ୍ରବାର ଏହାର ବିଚାର କରାଯାଇ ଚୂଡାନ୍ତ ରାୟ ପ୍ରକାଶ ପାଇଥିଲା। ଭିଜିଲାନ୍ସ ପକ୍ଷରୁ ଅଭିଯୁକ୍ତ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ମଧ୍ୟ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ଚିଠି ଲେଖାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

  • Garvita Odia

    Related Posts

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ଭୁବନେଶ୍ବର: ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ଘୋଷଣା ହୋଇଛି। ଶୁଭ୍ରାଂଶୁ ଦାଶଙ୍କ ନିର୍ଦ୍ଦେଶିତ ‘ପୁଷ୍କରା’କୁ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ଭାବେ ଜାତୀୟ ପୁରସ୍କାର ମିଳିବ। ତରଙ୍ଗ ସିନେ ପ୍ରଡକସନ୍ସର ‘ପୁଷ୍କରା’ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ ବିବେଚିତ ହୋଇଛି। ଏହି ଚଳଚ୍ଚିତ୍ରର ମୁଖ୍ୟ ଚରିତ୍ରରେ…

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଭୁବନେଶ୍ୱର : ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ କ୍ରାଇମ୍ ବ୍ରାଞ୍ଚ ତଦନ୍ତ ସହ ପ୍ରଶାସନିକ ତଦନ୍ତ ଦାବି କଲେ ପୂର୍ବତନ ପ୍ରଶାସକ ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଓଟିଇଟି ପ୍ରଶ୍ନପତ୍ର ଲିକ୍ ନେଇ ବୋର୍ଡ ଉପସଭାପତିଙ୍କ ଭୂମକା ନେଇ ପ୍ରଶ୍ନ ଉଠୁଛି।…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ