ଆତଙ୍କୀ ପନ୍ନୁର ଧମକପୂର୍ଣ୍ଣ ଇ-ମେଲ; ତନଘନା ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ଖଲିସ୍ତାନୀ ଆତଙ୍କୀ ପନ୍ନୁ ର ଧମକପୂର୍ଣ୍ଣ ଇ-ମେଲ ଘଟଣାର ଯାଞ୍ଚ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ। ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ମେଲ୍‌ର ସତ୍ୟତା ନେଇତଥ୍ୟ ସଂଗ୍ରହ କରି ଫେରିଛି। ଓଡ଼ିଆ ଓ ଇଂଲିଶରେ ଆସିଥିବା ଦୁଇଟି ମେଲ୍‌କୁ ନିରୀକ୍ଷଣ କରିଛି କ୍ରାଇମବ୍ରାଞ୍ଚ ଟିମ୍।

ଆଜି ସକାଳ ୯ଟା ୪ ମିନିଟ୍‌ରେ ଆତଙ୍କୀ ପନ୍ନୁ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ ଏକ ଧମକପୂର୍ଣ୍ଣ ମେଲ ପଠାଇଥିଲା। ଏହି ମେଲଟି ଦେଖିବା ପରେ ଅକ୍ଷୟ କମିଶନରେଟ ପୁଲିସକୁ ଜଣାଇଥିଲେ। ପରେ ଏହି ଘଟଣାର ତନଘନା ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ ସାଇବର ସେଲ। ଆତଙ୍କୀ ପନ୍ନୁ ଏହି ମେଲ୍ ପଠାଇଛି ନାଁ ଏହା ପଛରେ କିଏ ? କେଉଁଠୁ ମେଲଟି ଆସିଛି ? ଆଇପି ଆଡ୍ରେସ ନେଇ ଯାଞ୍ଚ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଏଥିସହ ଖଲିସ୍ତାନୀ ଆତଙ୍କୀ ପନ୍ନୁ ଦେଇଥିବା ଧମକପୂର୍ଣ୍ଣ ମେସେଜରେ ଓଡ଼ିଆରେ ଥମ୍ବନେଲ୍ ନିଆଯାଇଥିଲା, ଯାହାକୁ ନେଇ ସନ୍ଦେହ ବଢ଼ିଥିଲା। ଏହାକୁ ନେଇ ମଧ୍ୟ କ୍ରାଇମବ୍ରାଞ୍ଚ ସାଇବର ସେଲ ପକ୍ଷରୁ ତନାଘନା କରାଯାଇଛି।

ଆତଙ୍କୀ ପନ୍ନୁ ପାଇଁ ଓଡ଼ିଶାରେ କିଏ କରୁଛି କାମ?, ପନ୍ନୁ ନାଁରେ ଆସିଥିବା ଇମେଲ୍ ପ୍ରକୃତରେ ସେ ପଠାଇଛି ନା ଆଉ କିଏ ପଠାଇଛି ? ରାଜ୍ୟରେ ଖଲିସ୍ତାନୀ ଆତଙ୍କୀଙ୍କ ସ୍ଲିପର ସେଲ ଚାଲିଛି କି?, ବିଦେଶରେ ରହି ପନ୍ନୁ ସ୍ଲିପର୍ ସେଲ୍ ଦ୍ୱାର କିଛି କାଣ୍ଡ ଭିଆଇବାକୁ ପ୍ଲାନିଂ କରୁଛି କି ? ଏଭଳି ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ।

କ୍ରାଇମବ୍ରାଞ୍ଚର ଜଣେ ଅଧିକାରୀ କହିଛନ୍ତି, ବରିଷ୍ଠ ସାମ୍ବାଦିକଙ୍କ ପାଖରୁ ଏକ ମେଲ୍‌ ଆସିଥିଲା, ତେବେ ମେଲଟି କେଉଁଠି ଆସିଥିଲା, କ’ଣ ତାହା ଡିଟେଲ୍ସ ଜାଣିବା ପାଇଁ ଦେଖିବାକୁ ଆସିଥିଲୁ। ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବା ପରେ ମେଲଟି କେଉଁଠ ଆସିଥିଲା, ତାହା ଜଣାପଡ଼ିବ। ମେଲଟି ଓଡ଼ିଆରେ ଆସିଛି, ତଦନ୍ତ ପରେ ସତ୍ୟାସତ ଜଣାପଡ଼ିବ।

  • Garvita Odia

    Related Posts

    ୨୪ ପର୍ୟ୍ୟନ୍ତ ବର୍ଷା

    ଭୁବନେଶ୍ୱର: ଜୁନ୍ ୨୪ ପର୍ୟ୍ୟନ୍ତ ଓଡ଼ିଶାରେ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ କରାଯାଇଛି। ଗୁରୁବାର ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଯୋଗୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା…

    ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

    ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ୨୪ ପର୍ୟ୍ୟନ୍ତ ବର୍ଷା

    ୨୪ ପର୍ୟ୍ୟନ୍ତ ବର୍ଷା

    ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ

    ବିବାହିତା ମହିଳାଙ୍କୁ ଗଣଦୁଷ୍କର୍ମ

    ମୁଖ୍ୟମନ୍ତ୍ରୀଙ୍କଏଆଇ ଭିଡିଓ: ଯୁବକ ଗିରଫ

    ମୁଖ୍ୟମନ୍ତ୍ରୀଙ୍କଏଆଇ ଭିଡିଓ: ଯୁବକ ଗିରଫ

    ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

    ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

    ନବୀନଙ୍କ ସହ ଫୋନ୍‌ରେ କଥା ହେଲେ ମୋହନ

    ନବୀନଙ୍କ  ସହ ଫୋନ୍‌ରେ କଥା ହେଲେ ମୋହନ

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍