ଜାନୁଆରି ଶେଷ ସୁଦ୍ଧା ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ‘ସୁଭଦ୍ରା’ ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ। ଆଜି ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଜାନୁଆରି ଶେଷ ସୁଦ୍ଧା ଓଡ଼ିଶାର ୧ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ମିଳିଯିବ।
ପୂର୍ବରୁ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ଏନେଇ ସୂଚନା ଦେଇଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଥିଲେ, ଏବେ ଆବେଦନ ଲାଗି ସମୟ ଅଛି। ଏଣୁ ବ୍ୟସ୍ତ ହେବାର କିଛି ନାହିଁ। ତେବେ ୨ ଲକ୍ଷ ୬୭ ହଜାର ଅଯୋଗ୍ୟଙ୍କ ଭିତରୁ ଯେଉଁମାନଙ୍କର ଭୁଲ୍ ହେଇଥିଲା, ସେମାନଙ୍କର ରିଭ୍ୟୁ ଚାଲିଛି। ୨୨ ପ୍ରତିଶତ କାମ ସମାଧାନ ହେଇସାରିଛି, ଏବେ କେବଳ ଭେରିଫିକେସନ୍ ପରେ ସେମାନେ ଟଙ୍କା ପାଇବେ। ତେବେ ସୁଭଦ୍ରା ଯୋଜନା ପାଇଁ ବ୍ୟାଙ୍କ ସମ୍ମୁଖରେ ବର୍ତ୍ତମାନ ପ୍ରବଳ ଭିଡ଼ ରହୁଛି। ତେବେ ବ୍ୟାଙ୍କରେ ଅଯଥା ଭିଡ଼ ନକରିବାକୁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ। ହିତାଧିକାରୀମାନେ ବ୍ୟସ୍ତ ହୁଅନ୍ତୁ ନାହିଁ। ଯାହାର ଆଧାର କାର୍ଡ ସହ ରାସନ୍ କାର୍ଡ ମ୍ୟାଚ୍ ନାହିଁ, ସେମାନେ ବ୍ୟାଙ୍କରେ ଆଧାର ଲିଙ୍କ୍ କଲେ, ସେମାନଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଅନ୍ୟପଟେ ବଣ୍ଡା ଘାଟିରେ ସୁଭଦ୍ରା ଯୋଜନାରୁ ବଞ୍ଚିତ ମହିଳାଙ୍କ ପାଖକୁ ନିଜେ ଯାଇଛନ୍ତି ପ୍ରଭାତୀ ପରିଡ଼ା।

  • Related Posts

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍